
ଭୁବନେଶ୍ବର, ୨୯-୧୧-୨୦୨୦(ବ୍ୟୁରୋ) : ଗୋପାଳପୁରର ବିଜେଡି ବିଧାୟକ ପ୍ରଦୀପ ପାଣିଗ୍ରାହୀ ବିଜେଡି ଦଳରୁ ବହିଷ୍କୃତ ହୋଇଥିବାର ଖବର ମିଳିଛି। ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିବା ନେଇ ଦଳ ପକ୍ଷରୁ ପ୍ରେସ୍ ବିଜ୍ଞପ୍ତିରେ ସୂଚନା ଦିଆଯାଇଛି। ତାଙ୍କୁ ଦଳର ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କାର କରାଯାଇଛି।



