ଭୁବନେଶ୍ୱର,ଡିସେମ୍ବର ୭(ବ୍ୟୁରୋ): ତ୍ରାହି ଅଚ୍ୟୁତ ଆଶ୍ରମର ପ୍ରତିଷ୍ଠାତା ସୁର ବାବାଙ୍କ ପରଲୋକ ହୋଇଛି । ଗତକାଲି ରାତିରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ଅସୁସ୍ଥତା ଯୋଗୁଁ କିଛି ଦିନ ହେବ ଭୁବନେଶ୍ୱରର ଏକ ଘରୋଇ ହସପିଟାଲରେ ସେ ଚିକିତ୍ସିତ ହେଉଥିଲେ । ରାଜଧାନୀ ଉପକଣ୍ଠ ଝିଇଁଣ୍ଟି ଶାସନ ସ୍ଥିତ ତ୍ରାହି ଅଚ୍ୟୁତ ଆଶ୍ରମର ମୁଖ୍ୟ ସୁର ବାବା ଓରଫ ସୁରେନ୍ଦ୍ର ମିଶ୍ର ।



