Home ଜିଲ୍ଲା ଖୋର୍ଦ୍ଧା ଆଜି ପ୍ରଥମାଷ୍ଟମୀ : ମାର୍ଗଶିର ମାସ କୃଷ୍ଣ ପକ୍ଷର ଅଷ୍ଟମୀ ତିଥି ଦିନ ପାଳନ କରାଯାଏ

ଆଜି ପ୍ରଥମାଷ୍ଟମୀ : ମାର୍ଗଶିର ମାସ କୃଷ୍ଣ ପକ୍ଷର ଅଷ୍ଟମୀ ତିଥି ଦିନ ପାଳନ କରାଯାଏ

70

ଖୋର୍ଦ୍ଧା,୦୮/୧୨(ଜିଲ୍ଲା ସଞ୍ଜୀବ କୁମାର): ଏହା ଓଡ଼ିଶାର ଏକ ପାରମ୍ପାରିକ ପର୍ବ । ଏହା ସୌଭାଗିନୀ ଅଷ୍ଟମୀ, କାଳ ଭୈରବାଷ୍ଟମୀ ବା ପାପ-ନାଶିନୀ ଅଷ୍ଟମୀ ଭାବେ ମଧ୍ୟେ ନାମିତ ।ଆଜି ପ୍ରଥମାଷ୍ଟମୀ ଅଥବା ପଢୁଆଁଷ୍ଟମୀ ଓ ପୋଢୁଆଁଷ୍ଟମୀ, ଓଡ଼ିଶାର ଏହା ଏକ ପାରମ୍ପାରିକ ପର୍ବ ଏବଂ ଏହା ସୌଭାଗିନୀ ଅଷ୍ଟମୀ ଅଷ୍ଟମୀ ଭାବେ ମଧ୍ୟେ ନାମିତ, ଅତୀତରେ ଏ ଦିନ ବଂଶର ପ୍ରଥମ ଜାତ ସନ୍ତାନ ପୁଅ ବା ଝିଅ ଙ୍କୁ ନୂଆ ପୋଷାକ ପିନ୍ଧାଇ ବନ୍ଦାପନା କରାଯାଏ, ଏଥିସହ ଏଣ୍ଡୁରି ପିଠା ପ୍ରଥମାଷ୍ଟମୀର ବିଶେଷତ୍ୱ ହୋଇ ଥିବାରୁ ଆଜି ଘରେ ଘରେ ପ୍ରସ୍ତୁତ ହେଉଛି.
ଏଣ୍ଡୁରି ପିଠା ପ୍ରଥମାଷ୍ଟମୀର ବିଶେଷତ୍ୱ । ଏହି ପିଠା ପାଇଁ ହଳଦୀପତ୍ରର ବ୍ୟବହାର ମଧ୍ୟ ଅନ୍ୟ ଏକ ବିଶେଷତ୍ୱ । ଅନ୍ୟ କୌଣସି ପିଠାରେ ହଳଦୀ ପତ୍ର ବ୍ୟବହୃତ ହୁଏନାହିଁ I କେବଳ ପ୍ରଥମାଷ୍ଟମୀ ଉପଲକ୍ଷେ ଏଣ୍ଡୁରି ପିଠାରେ ହଳଦୀପତ୍ରର ବ୍ୟବହାର ପ୍ରସିଦ୍ଧ ।