
ଖୋର୍ଦ୍ଧା,୧୫-୧୨(ସଞ୍ଜୀବ କୁମାର):ଜନ୍ମ ୩୧ ଅକ୍ଟୋବର ୧୮୭୫.
ମୃତ୍ୟୁ ୧୫ ଡିସେମ୍ବର ୧୯୫୦.ସର୍ଦ୍ଦାର ବଲ୍ଲଭଭାଇ ପଟେଲ ଜଣେ ଭାରତୀୟ ଓକିଲ ଥିଲେ ଯିଏକି ଭାରତୀୟ ଜାତୀୟ କଂଗ୍ରେସର ସଭ୍ୟ ଥିଲେ । ସେ ଜଣେ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଭାରତର ସ୍ୱାଧିନତା ସଂଗ୍ରାମରେ ତାଙ୍କ ଭୁମିକା ଗୁରୁତ୍ୱାପୁର୍ଣ ଥିଲା । ସ୍ୱାଧୀନ ଭାରତର ସେ ପ୍ରଥମ ଉପ-ପ୍ରଧାନମନ୍ତ୍ରୀ ଥିଲେ । ସ୍ୱାଧୀନତା ସମୟରେ ବିନା ରକ୍ତପାତରେ ଭାରତର ପ୍ରାୟ ସମସ୍ତ ରାଜ୍ୟଗୁଡ଼ିକୁ ଏକାଠି କରିବା, ତାଙ୍କର ଦକ୍ଷତାର ପ୍ରମାଣ ଦିଏ । ତାଙ୍କର ଏହି ବଳିଷ୍ଠ ଅବଦାନ ନିମିତ୍ତ ତାଙ୍କୁ “ଲୌହ ମାନବ “ର ଉପାଧି ମିଳିଥିଲା । ତାଙ୍କର ସ୍ମୃତିରେ ୨୦୧୪ ମସିହାରୁ ପ୍ରତିବର୍ଷ ତାଙ୍କର ଜନ୍ମତିଥି ୩୧ ଅକ୍ଟୋବରକୁ ରାଷ୍ଟ୍ରୀୟ ଏକତା ଦିବସ ରୂପେ ପାଳନ ହୋଇ ଆସୁଅଛି । ୩୧ ଅକ୍ଟୋବର ୨୦୧୮ ତାରିଖରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କଦ୍ୱାରା ଦେଶବାସୀଙ୍କ ଉଦ୍ଦେଶ୍ୟରେ ପଟେଲଜିଙ୍କର ଏକ ୧୮୨ ମିଟର ପ୍ରତିମୂର୍ତ୍ତି ଉଦଘାଟନ କରିଥିଲେ । ଏହାକୁ ଏକତାର ପ୍ରତିମୂର୍ତ୍ତି ଭାବରେ ସମ୍ବୋଧନ କରାଯାଉଛି । ଏହା ଉଦଘାଟନ ସମୟରେ ବିଶ୍ୱର ସର୍ବୋଚ୍ଚ ପ୍ରତିମୂର୍ତ୍ତି ଥିଲା ।



