
ଭୁବନେଶ୍ୱର,(ଆଇ ପି ଆର): ଲକ୍ଷ ଲକ୍ଷ ଚାଷୀ, ମିଶନ ଶକ୍ତି ଗୋଷ୍ଠୀ ଓ MSMEମାନଙ୍କର ବର୍ତ୍ତମାନ ଋଣ ହେଉଛି ପ୍ରଥମ ଆବଶ୍ୟକତା। ଋଣ ପାଇଲେ ହିଁ ସେମାନେ ନିଜ ଗୋଡରେ ହିଁ ଠିଆ ହୋଇପାରିବେ ବୋଲି ମାନ୍ୟବର ମୁଖ୍ୟମନ୍ତ୍ରୀ ରାଜ୍ୟର କୃଷକ, SHG, MSMEକୁ ଋଣ ପ୍ରଦାନ ସଂପର୍କରେ ଜିଲ୍ଲାପାଳ ଓ ବ୍ୟାଙ୍କରମାନଙ୍କ ସହିତ ସମୀକ୍ଷା କରି ଏହି ପରାମର୍ଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଗତ କିଛି ସପ୍ତାହ ମଧ୍ୟରେ ଋଣ ପ୍ରଦାନ କ୍ଷେତ୍ରରେ ଉନ୍ନତି ପରିଲକ୍ଷିତ ହୋଇଥିଲେ ମଧ୍ୟ ଋଣ ଚାହୁଁଥିବା ପ୍ରତ୍ୟେକ ନାଗରିକର ଆବଶ୍ୟକତା ପୂରଣ ହେବା ପର୍ଯ୍ୟନ୍ତ ଏହି ଧାରା ଅବ୍ୟାହତ ରହିବା ଜରୁରୀ।


