Sunday, November 15, 2026
Home ଜିଲ୍ଲା ଖୋର୍ଦ୍ଧା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆତ୍ମାହୁତି ଉଦ୍ୟମ

ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆତ୍ମାହୁତି ଉଦ୍ୟମ

57

ଖୋର୍ଦ୍ଧା,୦୪/୦୧(ଜିଲ୍ଲା ସଞ୍ଜୀବ କୁମାର): ସାଇବର ଠକଙ୍କ ଦ୍ୱାରା 16 ଲକ୍ଷ 32 ହଜାର ଟଙ୍କାର ଠକେଇର ଶିକାର ହୋଇଥିବା ଖୋର୍ଦ୍ଧା ବୋଲଗଡ ଥାନା ବାଙ୍କୋଇ ଗ୍ରାମର ବ୍ରଜବନ୍ଧୁ ସାହୁ ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ କିରାସିନି ଢାଳି ଆତ୍ମାହୁତି ପାଇଁ ଉଦ୍ୟମ କରିବା ବେଳେ ପୋଲିସ ତାଙ୍କୁ ଗିରଫ କରିଛି । ସୁଚନା ଅନୁଯାଇ ଏକ ବିଦେଶୀ ୱେବସାଇଟରେ 16ଲକ୍ଷ 32 ହଜାର ଟଙ୍କା ଠକେଇର ଶିକାର ହୋଇ ଗତ 15ଦିନ ତଳେ ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ ଅଭିଯୋଗ କରିଥିଲେ ।

ସେହିପରି ଏହାର ବିଚାର କରାନଗଲେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆତ୍ମାହୁତି ଧମକ ଦେଇଥିଲେ । ଗତବର୍ଷ ୨୦୧୯ ଅଗଷ୍ଟ ମାସରେ ବ୍ରଜବନ୍ଧୁ ଟ୍ରେଡ ୟୁନାଇଟେଡ ଲିମିଟେଡ଼ ନାମକ ଏକ ବିଦେଶୀ ୱେବସାଇଟ କାଠ ଯୋଗାଇ ଦେବାର ସୂଚନା ଦେଇଥିଲା।

ବ୍ରଜବନ୍ଧୁ ସେହି ସଂସ୍ଥା ସହିତ ନିଜ କାଠ ଗୋଲାର ବ୍ୟାଙ୍କ ଖାତା ନମ୍ବର ସହିତ ସମସ୍ତ କାଗଜପତ୍ର ଦେଇ 16 ଲକ୍ଷ 32 ହଜାର ଉକ୍ତ ସଂସ୍ଥାକୁ ପଠାଇଥିଲେ। ଏହି ଟଙ୍କା ସେ ବ୍ୟାଙ୍କରୁ ଋଣ ଆଣି ପଠାଇ ଠକାମିର ଶିକାର ହୋଇଥିଲେ ।