
ଭୁବନେଶ୍ୱର,(ଆଇ ପି ଆର): ଚଳିତ ବର୍ଷ ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ବାରା ପରିଚାଳିତ ହେବାକୁ ଥିବା ମାଟ୍ରିକ ପରୀକ୍ଷା ନିମନ୍ତେ ପିଲାମାନଙ୍କ ପରୀକ୍ଷା ଫିସ୍ ଛାଡ କରିବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏହାଦ୍ବାରା ୬ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଉପକୃତ ହେବେ। ଏ ବାବଦରେ ରାଜ୍ୟ ସରକାର ୨୭ କୋଟି ଟଙ୍କା ବ୍ୟୟଭାର ବହନ କରିବେ।


