Sunday, November 15, 2026
Home ଆଞ୍ଚଳିକ ଗଣଶିକ୍ଷା ମନ୍ତ୍ରୀ : ଆସନ୍ତା ୮ ତାରିଖରେ ନବମ ଓ ଏକାଦଶ ଶ୍ରେଣୀ ପାଇଁ ସ୍କୁଲ...

ଗଣଶିକ୍ଷା ମନ୍ତ୍ରୀ : ଆସନ୍ତା ୮ ତାରିଖରେ ନବମ ଓ ଏକାଦଶ ଶ୍ରେଣୀ ପାଇଁ ସ୍କୁଲ ଖୋଲିବ

75

ବାଲିଗୁଡା- 07/02{ସୁକାନ୍ତ କୁମାର ତ୍ରିପାଠୀ }:ଆସନ୍ତା ୮ ତାରିଖରେ ନବମ ଓ ଏକାଦଶ ଶ୍ରେଣୀ ପାଇଁ ସ୍କୁଲ ଖୋଲିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଯେ ଶିକ୍ଷକ ଅଭାବ ରହିବ ନାହିଁ। ଦକ୍ଷତା ଥିବା ପ୍ରାଥମିକ ସ୍କୁଲ ଶିକ୍ଷକଙ୍କ ଶିକ୍ଷାଦାନ ପାଇଁ ନିୟୋଜିତ କରିବାକୁ ଜିଲ୍ଲା ଶିକ୍ଷା ଅଧିକାରୀ ଓ ବ୍ଲକ୍ ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏପରିକି ଅବସରପ୍ରାପ୍ତ ଶିକ୍ଷକ ବି ଶିକ୍ଷାଦାନରେ ନିୟୋଜିତ ହେବେ। ତେବେ ରବିବାର କ୍ଲାସ ହେବନି ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି । ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି ଯେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଖୋଲିବା ପାଇଁ ଏସଓପି ପ୍ରତ୍ସୁତ ହେଉଛି। ପ୍ରଥମରୁ ଅଷ୍ଟମ ଖୋଲିବାକୁ ଏସଆରସି ମାର୍ଗଦର୍ଶିକା ଜାରି କରିଛନ୍ତି। ଅଙ୍ଗନବାଡ଼ି ଖୋଲିଲାଣି। କେବେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଖୋଲାଯିବ …