Wednesday, November 11, 2026
Home ଜିଲ୍ଲା ଖୋର୍ଦ୍ଧା ତୈଳଦର ହ୍ରାସ ଦାବିରେ ଓଡ଼ିଶା ବନ୍ଦ ଡାକରା ଦେଇଛି କଂଗ୍ରେସ

ତୈଳଦର ହ୍ରାସ ଦାବିରେ ଓଡ଼ିଶା ବନ୍ଦ ଡାକରା ଦେଇଛି କଂଗ୍ରେସ

27

ଖୋର୍ଦ୍ଧା,(ସଞ୍ଜୀବ କୁମାର): ଜଟଣୀରେ ଭାରତ ବନ୍ଦର ପ୍ରଭାବ- କେନ୍ଦ୍ର ସରକାରଙ୍କ ତୈଳଦର ହ୍ରାସ ଦାବିରେ ଓଡ଼ିଶା ବନ୍ଦ ଡାକରା ଦେଇଛି କଂଗ୍ରେସ । ରାଜ୍ୟରେ ସକାଳ ୭ରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ଅଖ ଚକ ଗଡ଼ିବନି । ହେଲେ ଜରୁରିକାଳୀନ ଓ ଅତ୍ୟାବଶ୍ୟକ ସେବା ଜାରି ରହିବ । ଏହି ବନ୍ଦକୁ ସମ୍ପୂର୍ଣ୍ଣ ଶାନ୍ତିପୂର୍ଣ୍ଣ ଭାବରେ ପାଳନ କରିବା ଲାଗି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଆହ୍ବାନ ଦେଇଛନ୍ତି ।

ଅନ୍ୟପକ୍ଷରେ ରାଜ୍ୟରେ ଆଇନ ଶୃଙ୍ଖଳାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସ୍କୁଲ ଓ କଲେଜ ବନ୍ଦ ଘୋଷଣା କରିଛନ୍ତି । ବନ୍ଦ ସମୟରେ ହସ୍ପିଟାଲ, ଡାକ୍ତର, ନର୍ସ, ପାରାମେଡିକାଲ ଷ୍ଟାଫ, ଦମକଳ, ଆମ୍ବୁଲାନ୍ସ, ଦୁଗ୍ଧ ଗାଡ଼ି, ବର ଗାଡ଼ି ଏବଂ ସ୍ଵର୍ଗରଥ ଗାଡ଼ିକୁ ଏହି ବନ୍ଦରୁ ବାଦ ଦିଆଯାଇଛି । ଜଟଣୀର ବିଭିନ୍ନ ସ୍ଥାନରେ ଆଜି ସକାଳୁ ’ଭାରତ ବନ୍ଦ’ର ପ୍ରଭାବ ପଡିଥିବା ଦେଖିବାକୁ ମିଳିଛି। ଜଟଣୀର ବିଭିନ୍ନ ସ୍ଥାନରେ କଂଗ୍ରେସ ପକ୍ଷରୁ ବନ୍ଦ ପାଳନ କରାଯାଇ ଅଛି।