
ଭୁବନେଶ୍ୱର ୨୫/୦୨/୨୧ (ଜିଲ୍ଲା ଖବର) : ମାର୍ଚ୍ଚ ୧ରୁ ଯୁକ୍ତ ତିନି ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ପାଠପଢ଼ା ଆରମ୍ଭ ହେବ । ଅନ୍ଲାଇନ୍ରେ ପାଠପଢ଼ା ହେବ ବୋଲି ରାଜ୍ୟ ଉଚ୍ଚଶିକ୍ଷା ପ୍ରମୁଖ ସଚିବ ନିର୍ଦ୍ଦେଶ ଦେଇଛନ୍ତି । ଏନେଇ ସେ ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ବିଶ୍ୱବିଦ୍ୟାଳୟର କୁଳପତି ଓ ଡିଗ୍ରୀ କଲେଜର ଅଧ୍ୟକ୍ଷଙ୍କୁ ଚିଠି ଲେଖିଛନ୍ତି ।ବର୍ତ୍ତମାନ କରୋନା ସ୍ଥିତି ନିୟନ୍ତ୍ରଣରେ ନଥିବାରୁ ଯୁକ୍ତ ୩ ପ୍ରଥମ ବର୍ଷ ତଥା ନୂତନ ଭାବେ ନାମ ଲେଖାଇଥିବା ଛାତ୍ରଛାତ୍ରୀଙ୍କ କ୍ଲାସରୁମ୍ (ଫିଜିକାଲ୍) ପାଠପଢ଼ା ସମ୍ଭବ ନୁହଁ । ସେମାନଙ୍କୁ ଅନଲାଇନ ପଢ଼ା ତୁରନ୍ତ ଆରମ୍ଭ କରିବାର ଆବଶ୍ୟକତା ରହିଛି । ନଚେତ ସେମାନଙ୍କ ପାଠପଢ଼ା ଗୁରୁତର ପ୍ରଭାବିତ ହେବ । ତେଣୁ ମାର୍ଚ୍ଚ ୧ରୁ ସେମାନଙ୍କୁ ଅନ୍ଲାଇନ୍ରେ ପଢ଼ାଇବା ପାଇଁ ବିଭାଗ ସମସ୍ତ ଉଚ୍ଚଶିକ୍ଷାନୁଷ୍ଠାନ ଓ ବିଶ୍ୱବିଦ୍ୟାଳୟଗୁଡ଼ିକୁ ଚିଠି ଲେଖିଛି ।


