
ଭୁବନେଶ୍ୱର ୨୬/୦୨/୨୧ (ଜିଲ୍ଲା ଖବର) : ସର୍ବଭାରତୀୟ ବ୍ୟବସାୟୀ ମହାସଂଘ ପକ୍ଷରୁ ଆଜି ‘ଭାରତ ବନ୍ଦ’ ଡାକରା ଦିଆଯାଇଛି । ରାଜ୍ୟରେ କେବଳ ବ୍ୟାବସାୟିକ ପ୍ରତିଷ୍ଠାନ, ଦୋକାନ ବଜାର ବନ୍ଦ ରହିବ। ତେବେ ସମସ୍ତ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ଖୋଲା ରହିବା ସହିତ ଯାନବାହାନ ଚଳାଚଳ ମଧ୍ୟ ସ୍ବାଭାବିକ ରହିବ ବୋଲି ଜଣାପଡ଼ିଛି । ଜିଏସଟି ସରଳୀକରଣ, ଇ-କମର୍ସ ବ୍ୟବସାୟୀଙ୍କ ବିସ୍ତାରବାଦ ନୀତି ଉପରେ ସରକାରୀ ନିୟନ୍ତ୍ରଣ ଓ ଖାଦ୍ୟ ନିରାପତ୍ତାମାନ ଆଇନରେ ଥିବା କଠୋର ଜରିମାନା ବ୍ୟବସ୍ଥା ଉଚ୍ଛେଦ ଦାବିରେ ସର୍ବଭାରତୀୟ ବ୍ୟବସାୟୀ ସଂଘ ଶୁକ୍ରବାର ଭାରତ ବନ୍ଦ ଡାକରା ଦେଇଛି । ଏହି ବନ୍ଦକୁ ଓଡ଼ିଶା ବ୍ୟବସାୟୀ ମହାସଂଘ ସମର୍ଥନ କରୁଥିବାରୁ ରାଜ୍ୟରେ ଦୋକାନ ବଜାର ବନ୍ଦ ରହିବ।



