
ଭୁବନେଶ୍ୱର,୨୮/୦୨/୨୧ (ଜିଲ୍ଲା ଖବର) : ମାର୍ଚ୍ଚ ପାଇଁ ରାଜ୍ୟ ସରକାରଙ୍କ କୋରୋନା ଗାଇଡଲାଇନ ଜାରି । କରୋନା ପାଇଁ ରାଜ୍ୟ ସରକାରଙ୍କ ମାର୍ଚ୍ଚ ଗାଇଡଲାଇନ ଅନୁସାରେ ଜିଲ୍ଲାପାଳ, ସ୍ଥାନୀୟ ଅଧିକାରୀ ସତର୍କତାର ସହ କଣ୍ଟେନମେଣ୍ଟ କରିପାରିବେ। ଜନସଚେତନତା ପାଇଁ ବ୍ୟାପକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି । ସେହିପରି ଯାତ୍ରା ପାଇଁ ରାଜ୍ୟ ସରକାର କଟକଣା କୋହଳ କରିଛନ୍ତି। ଯାତ୍ରା, ଅପେରା ପାଇଁ ସର୍ବାଧିକ ୨ହଜାର ଦର୍ଶକଙ୍କୁ ଅନୁମତି ମିଳିବ। ଜିଲ୍ଲାପାଳ, କମିଶନରଙ୍କ ଅନୁମତି ନେଇ ପରିବେଷଣ ହୋଇପାରିବ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି । ଯାତ୍ରା ସମୟରେ ସାମାଜିକ ଦୂରତା, ମାସ୍କ ଓ ଥର୍ମାଲ ସ୍କାନିଂ ବାଧ୍ୟତାମୂଳକ କରାଯାଇଛି । ସିଟ ମଧ୍ୟରେ ୬ ଫୁଟର ଦୂରତା ରହିବ ଓ ରୋଗାକ୍ରାନ୍ତଙ୍କୁ ଅନୁମତି ମନା କରାଯାଇଛି । ଅନଲାଇନ ଟିକେଟ ବ୍ୟବସ୍ଥା କରିବାକୁ ଆୟୋଜକଙ୍କୁ ପରାମର୍ଶ ଦିଆଯାଇଛି । ଯାତ୍ରା କଟକଣା ହେଲେ ଆୟୋଜକ ଦାୟୀ ରହିବେ । ସେପଟେ ବିବାହ ଓ ଅନ୍ତିମ ସଂସ୍କାରରେ ସର୍ବାଧିକ ୫ ଶହ ଜଣଙ୍କୁ ସାମିଲ କରିବାକୁ ଅନୁମତି । ଆବଶ୍ୟକ ପଡିଲେ ଅବରୋଧ ଅଞ୍ଚଳ ଘୋଷଣା ହୋଇପାରିବ । ମାସ୍କ ବ୍ୟବହାର ଓ ସାମାଜିକ ଦୂରତା ଉପରେ ଗୁରୁତ୍ୱ ଦିଆଯିବ ।


