
ବାଲିଗୁଡା,୧୩/୦୩{ ସୁକାନ୍ତ କୁମାର ତ୍ରିପାଠୀ } : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ପକ୍ଷରୁ ବାଲିଗୁଡା ଠାରୁ ସିନ୍ଦ୍ରିଗାଁ ରାସ୍ତାରେ ପୁଲିସ ବିଭାଗ ତରଫରୁ ଏସ ଆଇ ରଚିତା ମାଡ଼କାମୀ ଙ୍କ ସହ ସଦଳ ବଳ ପାଟ୍ରୋଲିଂ କରୁଥିବା ସମୟ ରେ ସିନ୍ଦ୍ରିଗାଁ ବ୍ରିଜ ନିକଟରେ ଯାଞ୍ଚ ସମୟରେ ଗଞ୍ଜେଇ ଧରି ଗାଡିକୁ ଅପେକ୍ଷା କରିଥିବା ସମୟରେ ଧରାପଡ଼ି ଥିଲା l ସେଥିରୁ 103 କେଜି 500 ଗ୍ରାମ ଗଂଜେଇ ଜବତ କରିଥିଲେ l ଏ ନେଇ ଥାନା ରେ କେଶ ନମ୍ବର 47/21 ରେ ଏକ ମାମଲା ରୁଜୁ କରି କୋର୍ଟ ଚାଲାଣ କରିଛନ୍ତି l ଏହି ଘଟଣାରେ ସଂଶ୍ଲିଷ୍ଟ ଅନ୍ୟ ଅଭିଯୁକ୍ତ ମାନେ କିଏ କିଏ ଅଛନ୍ତି, ସେ ନେଇ ତଦନ୍ତ ଚାଲିଥିବା ବିଷୟ ବାଲିଗୁଡ଼ା ଥାନା ଭାରପ୍ରାପ୍ତ ଅଧିକାରୀ ପ୍ରଶାନ୍ତ କୁମାର ବେହେରା ସୂଚନା ପ୍ରଦାନ କରିଛନ୍ତି l


