Thursday, November 19, 2026
Home ଆଞ୍ଚଳିକ ହୋଲ୍ଡିଂ ଟିକସ ନ ଦେଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ, ଟ୍ୟାକ୍ସ ଖିଲାପକାରୀଙ୍କ ବାବଦରେ JDCଙ୍କୁ ଜଣାଇବେ ୱାର୍ଡ...

ହୋଲ୍ଡିଂ ଟିକସ ନ ଦେଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ, ଟ୍ୟାକ୍ସ ଖିଲାପକାରୀଙ୍କ ବାବଦରେ JDCଙ୍କୁ ଜଣାଇବେ ୱାର୍ଡ ଅଫିସର

63

 ୧୪/୦୩/୨୧(ଜିଲ୍ଲା ଖବର) : ହୋଲ୍ଡିଂ ଟିକସ ନ ଦେଲେ ଘର ସିଲ୍ କରିବାକୁ ଦିଆଗଲା ନିର୍ଦ୍ଦେଶ। ହୋଲ୍ଡିଂ ଟିକସ ନ ଦେଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ଦିଆଗଲା ନିର୍ଦ୍ଦେଶ। ହୋଲ୍ଡିଂ ଟିକସ ନ ଦେଲେ ଘର, ଦୋକାନ ସିଲ କରାଯିବ ବୋଲି ସୂଚନା ରହିଛି । ଏନେଇ ନିର୍ଦ୍ଦେଶନାମା ଜାରି କଲା ଭୁବନେଶ୍ୱର ମହାନଗର ନିଗମ, ଟ୍ୟାକ୍ସ ଖିଲାପକାରୀଙ୍କ ବାବଦରେ ୱାର୍ଡ ଅଫିସର  ZDCଙ୍କୁ ଜଣାଇବେ ବୋଲି ମିଳିଛି ସୂଚନା । ପୂର୍ବରୁ ରାଜଧାନୀ ରାଜରାସ୍ତାରେ ହୋଲଡିଂ ଟିକସ ତାତି ଦେଖିବାକୁ ମିଳିଥିଲା। ବିଏମ୍ସିର ଅଚାନକ ଟ୍ୟାକ୍ସ ବୃଦ୍ଧି ନିଷ୍ପତ୍ତିକୁ ବିରୋଧୀଙ୍କ ଜୋରଦାର ବିରୋଧ କରାଯାଇଥିଲା। ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ନିକଟରେ ବଢ଼ାଯାଇଥିବା ହୋଲଡିଂ ଟ୍ୟାକ୍ସକୁ ଲୋକେ ବିରୋଧ କରି ଆସୁଥିବା ବେଳେ ମାର୍ଚ୍ଚ ୧୨ରେ ସରକାରଙ୍କୁ ଘେରିଥିଲା ବିରୋଧୀ ।