
୧୫/୦୩/୨୧ (ଜିଲ୍ଲା ଖବର) : ଆଜିଠାରୁ ୨ଦିନିଆ ବ୍ୟାଙ୍କ ଧର୍ମଘଟ ଆରମ୍ଭ । ବ୍ୟାଙ୍କ ଘରୋଇ କରଣକୁ ବିରୋଧ କରି ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିଅନ ବନ୍ଦ ଡାକରା ଦେଇଛି । ଏହାକୁ ସମର୍ଥନ କରିଛନ୍ତି ୯ଟି ବ୍ୟାଙ୍କ କର୍ମଚାରୀ ଓ ଅଧିକାରୀ ସଂଘ । ଶନିବାର ଠାରୁ ବ୍ୟାଙ୍କଗୁଡ଼ିକ ଛୁଟି ପାଇଁ ବନ୍ଦ ରହିଛି । ସୋମବାର ଓ ମଙ୍ଗଳବାର ଧର୍ମଘଟ ଶେଷ ହେବା ପରେ ବୁଧବାର ଠାରୁ ବ୍ୟାଙ୍କ ସେବା ପୁଣି ସ୍ୱାଭାବିକ ହେବ । ଏହି ସମୟରେ ବ୍ୟାଙ୍କ ଶାଖାରେ ହେଉଥିବା କାରବାର, କ୍ଲିୟରିଂ ଆଦି ଗୁରୁତର ଭାବେ ପ୍ରଭାବିତ ହେବ । ଅନଲାଇନ ଓ ଡିଜିଟାଲ ବ୍ୟାଙ୍କିଙ୍ଗରେ ସେଭଳି ଅସୁବିଧା ହୋଇନପାରେ । ଏଟିଏମରୁ ଟଙ୍କା ଉଠାଣ ମଧ୍ୟ ପ୍ରଭାବିତ ହେବାର କମ ଆଶଙ୍କା ରହିଛି । ସର୍ବଭାରତୀୟ ସ୍ତରରେ ଧର୍ମଘଟରେ ପ୍ରାୟ ୧୦ଲକ୍ଷ କର୍ମଚାରୀ ସାମିଲ ହେବେ । ଓଡ଼ିଶାରେ ଧର୍ମଘଟ ଯୋଗୁ ୫୫୦୦ରୁ ଅଧିକ ବ୍ୟାଙ୍କ ଶାଖା ବନ୍ଦ ରହିବ । ଓଡ଼ିଶାରେ ୩୦ହଜାରରୁ ଅଧିକ କର୍ମଚାରୀ ଓ ଅଧିକାରୀ ଏଥିରେ ସାମିଲ ହେବେ ।


