
୧୬/୦୩/୨୧ (ଜିଲ୍ଲା ଖବର) : ଦେଶରେ ବଢ଼ୁଛି କରୋନା ସଂକ୍ରମଣ ସଂଖ୍ୟା । ଯାହାକୁ ନେଇ ସମସ୍ତେ ଚିନ୍ତା ପ୍ରକଟ କରୁଛନ୍ତି । ୨୪ ଘଣ୍ଟା ମଧ୍ୟରେ ଭାରତରେ ୨୪,୪୯୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛି । ଏହାସହ ୧୩୧ ଜଣଙ୍କର ମୃତ୍ୟୁ ଘଟିଛି। ମଙ୍ଗଳବାର ଦିନ ଏହି ସଂଖ୍ୟା ୧,୧୪,୦୯,୮୩୧କୁ ଛୁଇଁଥିବା ନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଜଣାପଡିଛି । ଏଯାବତ୍ କରୋନାରେ ସଂକ୍ରମିତ ହୋଇ ପ୍ରାୟ ୨,୨୩,୪୩୨ ଜଣ ବ୍ୟକ୍ତି ଚିକିତ୍ସିତ ହେଉଥିବା ବେଳେ ପାଖାପାଖି ୧,୫୮,୮୫୬ ଜଣ ପ୍ରାଣ ହରାଇଛନ୍ତି।


