Monday, November 16, 2026
Home ଆଞ୍ଚଳିକ ମାଆ ପାଟ୍ଟଖଣ୍ଡା ଙ୍କ କୃଷି ଭିତ୍ତିକ କାନ୍ଦୁଲ ଭଜା ଯାତ୍ରା

ମାଆ ପାଟ୍ଟଖଣ୍ଡା ଙ୍କ କୃଷି ଭିତ୍ତିକ କାନ୍ଦୁଲ ଭଜା ଯାତ୍ରା

157

ବାଲିଗୁଡା,୧୮/୦୩{ ସୁକାନ୍ତ କୁମାର ତ୍ରିପାଠୀ } : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ନୂଆସାହିରେ ପାରମ୍ପରିକ କାନ୍ଦୁ/ଲ ଭଜା ଯାତ୍ରା ଅନୁଷ୍ଠିତ ହୋଇଯାଇଛି l ପଶ୍ଚିମ ଓଡ଼ିଶାରେ ହେଉଥିବା ଗଣପର୍ବ ନୂଆଖାଇ ଭଳି ବାଲିଗୁଡ଼ା ଉପଖଣ୍ଡ ଅଞ୍ଚଳ ରେ ଦୀର୍ଘ ହଜାରେ ବର୍ଷ ରୁ ଉର୍ଦ୍ଧ୍ବ ହେବ ଏହି କାନ୍ଦୁଲ୍ ଭଜା ଯାତ୍ରା ପୀଢ଼ି ପରେ ପୀଢ଼ି ମାଆ ପାଟ୍ଟ ଖଣ୍ଡା ଓ ବରାଳ ଦେଵୀ ପୀଠରେ ହୋଇଆସୁଛି ଏହା ମଧ୍ୟ ଗଣ ପର୍ବ ଭାବରେ ବିଦିତ l

ପରମ୍ପାନୁଯାୟୀ ନିଆ କାନ୍ଦୂଲ ଓ ଶିମ୍ବ ମଞ୍ଜି କୁ ଭାଜି ଲିଆ ଉଖୁଡା ନଡିଆ ଭୋଗ ସହିତ ବଣୁଆ ପଳlସ ଫୁଲ ଧାଧୁନ ଫୁଲ କୁ ପୂଜାର୍ଚ୍ଚନା କରି ମାଆ ଙ୍କୁ ଅର୍ପଣ କରାଯାଏ l ନୂଆ ବସ୍ତ୍ର ପରିଧାନ କରି ଭକ୍ତ ଓ ଶ୍ରଦ୍ଧାୁମାନେ ଏହି ପୂଜା ପରେ ଘରେ ସମସ୍ତେ ମିଳିମଶି ପ୍ରସାଦ ସେବନ କରନ୍ତି l ମାନସିକ ଧାରୀ ଓ ଶ୍ରଦ୍ଧାଳୁ ଭକ୍ତମାନେ ପୀଠ ରେ ବୋ ଦା କୁକୁଡ଼ା ମଧ୍ୟ ବଳୀ ଦିଅନ୍ତି l ଏହା ଏକ କୃଷଭିତ୍ତିକ ପର୍ବ ଅଟେ l ପୂର୍ବରୁ ମାଆ ପାଟ ଖଣ୍ଡା ଙ୍କୁ ଆଦିବାସୀ ମାନେ ପୁଜା କରୁଥିଲେ କାଳକ୍ରମେ ପାଇକ ଖଣ୍ଡାୟତ ଓ କ୍ଷତ୍ରିୟ ବଂଶ ଧର ପୂଜାର୍ଚ୍ଚନା କରି ଆସୁଛନ୍ତି l