
ଭୁବନେଶ୍ୱର, ୧୯/୦୩/୨୧ (ଜିଲ୍ଲା ଖବର) : ଭୁବନେଶ୍ୱର ଟଙ୍କପାଣି ରୋଡ ଅଞ୍ଚଳରେ ଅଘଟଣ । ସ୍ୱେରେଜ କାମ ଚାଲୁଥିବାବେଳେ ଶ୍ୱାସରୁଦ୍ଧ ହୋଇ ୨ ଜଣଙ୍କ ମୃତ୍ୟୁ ହୋଇଛି । ଗୁରୁତର ଅବସ୍ଥାରେ ଉଭୟଙ୍କୁ ଉଦ୍ଧାର କରି ପ୍ରଥମେ କ୍ୟାପିଟାଲ ହସ୍ପିଟାଲ ନିଆଯାଇଥିଲା । ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଛନ୍ତି । ମୃତକଦ୍ୱୟଙ୍କ ପରିଚୟ ମିଳିପାରି ନାହିଁ । ତେବେ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି ।


