
୨୨/୦୩/୨୧ (ଜିଲ୍ଲା ଖବର) : ଜମ୍ମୁ କଶ୍ମୀର ସୋପିଆନ ଜିଲ୍ଲାରେ ସୁରକ୍ଷାକର୍ମୀ-ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି । ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୩ ଆତଙ୍କୀ । ରାତି ପ୍ରାୟ ୨ଟା ବେଳେ ସୋପିଆନର ମନିହାଲ ଅଞ୍ଚଳରେ ମୁହାଁମୁହିଁ ହୋଇଥିଲେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ । ସଂପୃକ୍ତ ଅଞ୍ଚଳରେ ଆତଙ୍କୀ ଲୁଚିଥିବା ଖବର ପାଇ ଅପରେସନ୍ ଆରମ୍ଭ କରିଥିଲେ ଜମ୍ମୁ କଶ୍ମୀର ପୋଲିସ, ସେନା ଓ ସିଆରପିଏଫ । ମୃତ ଆତଙ୍କବାଦୀଙ୍କ ପରିଚୟ ମିଳି ପାରିନାହିଁ । ଏତିକିବେଳେ ସୁରକ୍ଷାବାହିନୀ ଉପରକୁ ପ୍ରଥମେ ଆତଙ୍କବାଦୀ ଗୁଳିମାଡ଼ କରିଥିଲେ । ପାଲଟା ଜବାବ ଦେଇଥିଲେ ଯବାନ । ଦୀର୍ଘ ସମୟ ଧରି ଉଭୟ ପକ୍ଷ ମଧ୍ୟରେ ଚାଲିଥିଲା ଗୁଳି ବିନିମୟ । ଏଥିରେ ଦୁଇ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି ।


