
ଭୁବନେଶ୍ୱର,୨୨/୦୩(ଜିଲ୍ଲା ଖଵର) :ଭୁବନେଶ୍ୱରସ୍ଥିତମ୍ୟାନେଜ୍ମେଣ୍ଟ ଶିକ୍ଷାନୁଷ୍ଠାନ XIMB ରେ ୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସ୍ୱତନ୍ତ୍ର ରିଲିଫ୍ କମିଶନର (ଏସ୍ଆର୍ସି) ପ୍ରଦୀପ କୁମାର ଜେନା ଏହି ସୂଚନା ଦେଇଛନ୍ତି। ଶ୍ରୀ ଜେନା କହିଛନ୍ତି, କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ଏହି ୪୫ ଜଣଙ୍କ ଟ୍ରାଭେଲ୍ ହିଷ୍ଟ୍ରି ଟ୍ରାକ୍ କରାଯାଉଛି।
ସେ ଆହୁରି କହିଛନ୍ତି, ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର କରୋନା ସ୍ଥିତି ସମୀକ୍ଷା କରିବେ। ବିଭିନ୍ନ ବିଭାଗର ସଚିବ, ଜିଲ୍ଲାପାଳ ଓ ଏସ୍ପି ମାନଙ୍କ ସହ ସେ କରୋନା ସ୍ଥିତିର ସମୀକ୍ଷା କରିବେ। ପୁଣିଥରେ ସରପଞ୍ଚ, ଆଶା, ଅଙ୍ଗନୱାଡ଼ି କର୍ମୀଙ୍କୁ ଦାୟିତ୍ୱ ଦିଆଯିବ। ସେମାନେ ଗାଁକୁ ଆସୁଥିବା ବାହାର ଲୋକଙ୍କ ଉପରେ ନଜର ରଖିବେ। ଗାଁର କୋଭିଡ୍ ପରିଚାଳନା କମିଟିକୁ ପୁଣି ସକ୍ରିୟ କରାଯିବ। ସ୍ଥିତି ଦେଖି ଲକ୍ଡାଉନ୍ କି ଅନ୍ୟ ଦିଗ ଉପରେ ନିଷ୍ପତ୍ତି ନିଆଯିବ।
ରୀପୋର୍ଟ ,ସଞ୍ଜୀବ କୁମାର


