
ଭୁବନେଶ୍ୱର,୨୪/୦୩/୨୧ (ଜିଲ୍ଲା ଖବର) : କୋଭିଡ କଟକଣା ମଧ୍ୟରେ ମାର୍ଚ୍ଚ ୩୦ରୁ ଗଡ଼ିବ ପାସେଞ୍ଜର ଟ୍ରେନ। ଯାତ୍ରୀଙ୍କ ଅସୁବିଧାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର-କେନ୍ଦୁଝରଗଡ଼-ଭୁବନେଶ୍ୱର ଓ ପୁରୀ-ଅନୁଗୁଳ-ପୁରୀ ମଧ୍ୟରେ MEMU ଟ୍ରେନ୍ ଚଳାଚଳ କରିବ। ଏଥିସହ ପୁରୀ-ହାଟିଆ, ପୁରୀ-ସମ୍ବଲପୁର ଓ ପୁରୀ-ପାରାଦୀପ ମଧ୍ୟରେ ଗଡ଼ିବ ସ୍ୱତନ୍ତ୍ର ଟ୍ରେନ । ଭୁବନେଶ୍ୱର-କେନ୍ଦୁଝରଗଡ଼ MEMU ଟ୍ରେନ ମାର୍ଚ୍ଚ ୩୦ରୁ ଅପରାହ୍ଣ ୪ଟା ୩୫ରେ ଭୁବନେଶ୍ୱରରୁ ଛାଡ଼ି ରାତି ୯ଟା ୩୫ରେ କେନ୍ଦୁଝରଗଡ଼ରେ ପହଞ୍ଚିବ। କେନ୍ଦୁଝରଗଡ଼-ଭୁବନେଶ୍ୱର MEMU ଟ୍ରେନ ସକାଳ ୬ଟା ୩୦ରେ କେନ୍ଦୁଝରଗଡ଼ରୁ ବାହାରି ଦିନ ୧୧ଟା ୫ରେ ଭୁବନେଶ୍ୱରରେ ପହଞ୍ଚିବ। ସେହିପରି ପୁରୀ-ଅନୁଗୁଳ MEMU ଏପ୍ରିଲ ୫ରୁ ଅପରାହ୍ଣ ୪ଟା ୪୫ରେ ପୁରୀରୁ ବାହାରି ରାତି ୯ଟା ୩୦ରେ ପହଞ୍ଚିବ। ଅନୁଗୁଳ-ପୁରୀ MEMU ସକାଳ ୫ଟା ୪୫ରେ ଅନୁଗୁଳରୁ ବାହାରି ସକାଳ ୧୦ଟା ୨୦ରେ ପୁରୀରେ ପହଞ୍ଚିବ।


