Friday, November 13, 2026
Home ଆଞ୍ଚଳିକ ରାଜ୍ୟରେ ୨୧୦ ପଜିଟିଭ ଚିହ୍ନଟ

ରାଜ୍ୟରେ ୨୧୦ ପଜିଟିଭ ଚିହ୍ନଟ

30

ଭୁବନେଶ୍ୱର,୨୭/୦୩/୨୧ (ଜିଲ୍ଲା ଖବର) : ରାଜ୍ୟରେ ବୃଦ୍ଧି ପାଇବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା  ।  ଗତ ୩ ଦିନ ହେବ ରାଜ୍ୟର କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ଶହ ଅତିକ୍ରମ କରିଛି ।  ତେବେ  ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୧୦ କରୋନା ଆକ୍ରାନ୍ତ  ଚିହ୍ନଟ ହୋଇଛନ୍ତି।  କ୍ୱାରେଣ୍ଟାଇନରୁ 124 ଜଣ ରହିଥିବା ବେଳେ, ସ୍ଥାନୀୟ ସଂକ୍ରମଣ 86 ଜଣ ରହିଥିଲେ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅନୁଗୁଳରୁ ୭, ବାଲେଶ୍ୱରରୁ ୬, ବରଗଡ଼ରୁ ୮, ବଲାଙ୍ଗିରରୁ ୧୨, କଟକରୁ ୧୯, ଢେଙ୍କାନାଳରୁ ଜଣେ, ଗଞ୍ଜାମରୁ ୩, ଯାଜପୁରରୁ ୮, ଝାରସୁଗୁଡ଼ାରୁ ୪, କଳାହାଣ୍ଡିରୁ ୧୨, କେନ୍ଦ୍ରାପଡ଼ାରୁ ୨, କେନ୍ଦୁଝରରୁ ଜଣେ,  ମୟୂରଭଞ୍ଜରୁ ୮, ନବରଙ୍ଗପୁରରୁ ଜଣେ, ନୟାଗଡ଼ରୁ ୨, ନୂଆପଡ଼ାରୁ ୨୩, ପୁରୀରୁ ୫, ରାୟଗଡ଼ାରୁ ୨, ସମ୍ବଲପୁରରୁ ୧୧, ସୁନ୍ଦରଗଡ଼ରୁ ୧୨ ଓ ଷ୍ଟେଟ୍ ପୁଲ୍‌ରୁ ୧୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ରାଜ୍ୟରେ ୨୩୪ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ। ୧୩୯ ଜଣ କ୍ୱାରେଣ୍ଟିନ୍‌ରେ ଥିବାବେଳେ ଲୋକାଲ୍ କେସ୍ ୯୫ ଥିଲା ।