
ପୁରୀ,୨୮/୦୩/୨୧ (ଜିଲ୍ଲା ଖବର) : ଆଜି ପବିତ୍ର ଦୋଳ ପୂର୍ଣମୀ । ଏହି ଅବସରରେ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ପବିତ୍ର ଦୋଳ ଉତ୍ସବ ପାଳିତ ହେବ । ଶ୍ରୀଜିଉଙ୍କ ଚଳନ୍ତି ପ୍ରତିମା ଦୋଳ ଗୋବିନ୍ଦ, ଭୂଦେବୀ ଓ ଶ୍ରୀଦେବୀ ମଣି ବିମାନରେ ବସି ଦୋଳବେଦୀକୁ ଆସିବା ସହ ଭକ୍ତ ଓ ସେବାୟତ ମାନଙ୍କ ସହ ମିଶି ଫଗୁ ଓ ଅବିରରେ ହୋଲି ଖେଳିବେ । ପରମ୍ପରା ଅନୁସାରେ ଆଜି ଦୋଳବେଦୀରେ ମହାପ୍ରଭୁ ଭକ୍ତ ମାନଙ୍କୁ ଦର୍ଶନ ଦେବାକୁ ଥିବା ବେଳେ ଶ୍ରୀମନ୍ଦିରରେ ଆଜି ଶ୍ରୀଜୀଉମାନେ ରାଜାଧିରାଜ ବେଶ ବା ସୁନାବେଶ ରେ ଭକ୍ତଙ୍କୁ ଦର୍ଶନ ଦେବେ | ସକାଳ ଧୂପ ପରେ ମହାପ୍ରଭୁଙ୍କ ଠାରେ ପାଟବସ୍ତ୍ର ଲାଗି ହୋଇ ପ୍ରାୟ ୩୨ ପ୍ରକାର ଅଳଙ୍କାର ଲାଗି ମହାପ୍ରଭୁଙ୍କ ସୁନାବେଶ କରାଯିବ ।



