
ଭୁବନେଶ୍ୱର,୨୮/୦୩(ଜିଲ୍ଲା ଖଵର) : ଅତ୍ୟାବଶ୍ୟକ ସାମଗ୍ରୀର ଦର ରାଜ୍ୟରେ ଆକାଶଛୁଆଁ ଥିବାବେଳେ ରାଜ୍ୟରେ ଘରୋଇ ଉପଭୋକ୍ତାଙ୍କ ପାଇଁ ବିଦ୍ୟୁତ୍ ଦର ୟୁନିଟ୍ ପିଛା ୩୦ ପଇସା ବୃଦ୍ଧି ପାଇଛି .ନୂଆ ଦର ଅନୁଯାୟୀ କିଲୋୱାଟ୍ ପିଛା ସର୍ବନିମ୍ନ ୩୦ ପଇସା ବୃଦ୍ଧି କରାଯିବାକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି OERC। ହାରାହାରି ଖୁଚୁରା ତାରିଫ ୫.୬୦ ପ୍ରତିଶତକୁ ବୃଦ୍ଧି କରାଯାଇଛି। ଏଣିକି ପ୍ରଥମ ୫୦ ୟୁନିଟ ପାଇଁ ୟୁନିଟ୍ ପିଛା ଦର ୩ ଟଙ୍କାକୁ ବୃଦ୍ଧି କରାଯାଇଛି। ସେହିପରି ୫୧ରୁ ୧୦୦ ୟୁନିଟ୍ ପାଇଁ ୪.୮୦ ଟଙ୍କା, ୨୦୧ରୁ ୪୦୦ ୟୁନିଟ୍ ପାଇଁ ୫.୮୦ ଟଙ୍କା ଏବଂ ୪୦୦ ୟୁନିଟରୁ ଅଧିକ ହେଲେ ୟୁନିଟ୍ ପିଛା ଦର ୬.୨୦ ଟଙ୍କାକୁ ବୃଦ୍ଧି କରାଯାଇଛି।
ରୀପୋର୍ଟ,ସଞ୍ଜୀବ କୁମାର


