Monday, November 16, 2026
Home ଆଞ୍ଚଳିକ ଓଡ଼ିଶାର ୧୦ଟି ଜିଲ୍ଲାରେ ଲାଗୁ ହେବ ନାଇଟ୍ କର୍ଫ୍ୟୁ

ଓଡ଼ିଶାର ୧୦ଟି ଜିଲ୍ଲାରେ ଲାଗୁ ହେବ ନାଇଟ୍ କର୍ଫ୍ୟୁ

39

ଭୁବନେଶ୍ୱର,୦୫/୦୪/୨୧ (ଜିଲ୍ଲା ଖବର) : ଓଡ଼ିଶାର ୧୦ଟି ଜିଲ୍ଲାରେ ଲାଗୁ ହେବ ନାଇଟ୍ କର୍ଫ୍ୟୁ । କରୋନା ସଂକ୍ରମଣ ଦିନକୁ ଦିନ ପୁଣି ବଢୁଥିବା ବେଳେ ୧୦ଟି ଜିଲ୍ଲାରେ ନାଇଟ କର୍ଫ୍ୟୁ କଟକଣା ଜାରି କରିଛନ୍ତି ରାଜ୍ୟ ସରକାର । ଏହି ଜିଲ୍ଲା ଗୁଡିକ ମଧ୍ୟରେ ରହିଛି, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, ମାଲକାନଗିରି ଏବଂ କୋରାପୁଟ । ରାତି ୧୦ଟାରୁ ସକାଳ ୫ଟା ଯାଏଁ ବଳବତ୍ତର ରହିବ ନାଇଟ କର୍ଫ୍ୟୁ କଟକଣା । କର୍ଫ୍ୟୁ ସମୟରେ ମେଡିକାଲ କିମ୍ବା ଅନ୍ୟ ଏମରଜେନ୍ସିରେ ଲୋକେ ଯାତାୟତ କରିପାରିବେ । ଡାକ୍ତର, ମେଡିକାଲ ଓ ପାରା ମେଡିକାଲ ଷ୍ଟାଫଙ୍କ କାର‌୍ୟ୍ୟ ଜାରି ରହିବ । ଜରୁରୀକାଳୀନ ସ୍ୱାସ୍ଥ୍ୟସେବାରେ ଥିବା କର୍ମଚାରୀ ଓ ଆମ୍ବୁଲାନ୍ସ ସେବା ଜାରି ରହିବ । ବିଜୁଳି, ଅଗ୍ନିଶମ ସେବା, ଟେଲିକମ୍, ଜଳ ଯୋଗାଣ, ରେଳବାଇ, ବିମାନ ସେବା ଓ ଯାତାୟତ ସୁବିଧା ଜାରି ରହିବ । ପରିଚୟ ପତ୍ର ଦେଖାଇ ଆଇଟି ଷ୍ଟାଫ ଯାତାୟତ କରିପାରିବେ । ସମସ୍ତ ଶିଳ୍ପାୟନ ୟୁନିଟ, ନିର୍ମାଣ କାର‌୍ୟ୍ୟ, ମେଡିସିନ ଦୋକାନ ଖୋଲା ରହିବ ।