Friday, November 13, 2026
Home ଆଞ୍ଚଳିକ ଅନିଲ ଦେଶମୁଖଙ୍କ ବିରୋଧରେ ସିବିଆଇ ତଦନ୍ତ ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟ ଗଲେ ମହାରାଷ୍ଟ୍ର ସରକାର

ଅନିଲ ଦେଶମୁଖଙ୍କ ବିରୋଧରେ ସିବିଆଇ ତଦନ୍ତ ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟ ଗଲେ ମହାରାଷ୍ଟ୍ର ସରକାର

18

୦୭/୦୪/୨୧ (ଜିଲ୍ଲା ଖବର) : ଦେଶମୁଖଙ୍କ ବିରୋଧରେ ସିବିଆଇ ତଦନ୍ତ ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରି ମହାରାଷ୍ଟ୍ର ସରକାର ସୁପ୍ରିମକୋର୍ଟ ଯାଇଛନ୍ତି । ସୋମବାର ବମ୍ୱେ ହାଇକୋର୍ଟ ମୁମ୍ୱାଇର ପୂର୍ବତନ ପୋଲିସ କମିଶନର ପରମବୀର ସିଂହଙ୍କ ଆବେଦନ ଉପରେ ଶୁଣାଣି କରି ଅନିଲ ଦେଶମୁଖଙ୍କ ବିରୋଧରେ ସିବିଆଇ ତଦନ୍ତକୁ ଅନୁମତି ଦେଇଥିଲେ । ସିବିଆଇ ତଦନ୍ତ ନିର୍ଦ୍ଦେଶ ପରେ ମହାରାଷ୍ଟ୍ର ଗୃହମନ୍ତ୍ରୀ ପଦରୁ ଅନିଲ ଦେଶମୁଖ ଇସ୍ତଫା ଦେଇଥିଲେ । ନିର୍ଦ୍ଦେଶର 15 ଦିନ ଭିତରେ ପ୍ରାଥମିକ ତଦନ୍ତ ରିପୋର୍ଟ ଦେବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ ।