
ଭୁବନେଶ୍ଵର,୦୭/୦୪/୨୧ (ଜିଲ୍ଲା ଖବର) : ରାଜଧାନୀରୁ ଆଜି 101 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। 101 ଜଣ ଆକ୍ରାନ୍ତଙ୍କ ମଧ୍ୟରୁ 21 ଜଣ କ୍ଵାରେଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ 80 ଜଣ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କ ସଂଖ୍ୟାକୁ ମିଶାଇ ଭୁବନେଶ୍ବରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା 32 ହଜାର 832 କୁ ବୃଦ୍ଧି ହୋଇଛି । ସେହିପରି ଆଜି ଭୁବନେଶ୍ବରରୁ 33 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆଜିର ସୁସ୍ଥ ସଂଖ୍ୟାକୁ ମିଶାଇ ଭୁବନେଶ୍ବରରୁ ମୋଟ 32 ହଜାର 006 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ଭୁବନେଶ୍ବରରୁ 555 ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଥିବା ବେଳେ 250 ଜଣଙ୍କର ମୃତ୍ୟୁ ହୋଇଛି। ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି ।


