
୦୮/୦୪/୨୧ (ଜିଲ୍ଲା ଖବର) : ଭାରତରେ କରୋନା ସଂକ୍ରମଣର ବୃଦ୍ଧିକୁ ଦୃଷ୍ଟିରେ ରଖି ନ୍ୟୁଜିଲ୍ୟାଣ୍ଡରେ ଭାରତୀୟଙ୍କ ଆଗମନକୁ ବାରଣ କରିଛି। ନ୍ୟୁଜିଲ୍ୟାଣ୍ଡର ପ୍ରଧାନମନ୍ତ୍ରୀ ଜାକିଣ୍ଡା ଆର୍ଡନ ୧୧ ଏପ୍ରିଲରୁ ୨୮ ଏପ୍ରିଲ ପର୍ଯ୍ୟନ୍ତ ଭାରତୀୟ ପର୍ଯ୍ୟଟକଙ୍କ ଆଗମନକୁ ସାମୟିକ ଭାବେ ବାରଣ କରିଛନ୍ତି ।
ବିଶ୍ୱରେ ଏବେ ମହାମାରୀ କରୋନା ଭାଇରସର ଆତଙ୍କ ଜାରି ରହିଛି । ଭାରତରେ ମଧ୍ୟ ସଂକ୍ରମଣ ହୁହୁ ହୋଇ ବଢୁଛି । ଏପ୍ରିଲ ୨୮ ଯାଏଁ ସମସ୍ତ ଯାତ୍ରୀଙ୍କ ପ୍ରବେଶକୁ ସସପେଣ୍ଡ କରାଯାଇଛି । କିଓ୍ୱିର ଏହି ନିଷ୍ପତ୍ତି ସେତେବେଳେ ସାମ୍ନାକୁ ଆସିଛି ଯେତେବେଳେ ଭାରତରେ ଗତ ୨ ଦିନ ହେଲା ପଜିଟିଭ୍ ମାମଲା ୧ ଲକ୍ଷ ଉପରେ ରହିଛି ।



