Wednesday, November 18, 2026
Home ଆଞ୍ଚଳିକ ଗାଙ୍ଗପୁର ବିଦ୍ୟାଳୟରେ ପୋଷାକ ବିତରଣ ଉତ୍ସବ

ଗାଙ୍ଗପୁର ବିଦ୍ୟାଳୟରେ ପୋଷାକ ବିତରଣ ଉତ୍ସବ

34

ବେଲଗୁଣ୍ଠା,୧୬/୪(ଜିଲ୍ଲା ଖଵର) : ବେଲଗୁଣ୍ଠା ବ୍ଳକ୍ ଅନ୍ତର୍ଗତ ଗାଙ୍ଗପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସମଗ୍ର ଶିକ୍ଷା ଅଭିଯାନ ଆନୁକୂଲ୍ୟରେ ଚଳିତ ବର୍ଷର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି I ବିଦ୍ୟାଳୟ ପରିଚାଳନା କମିଟି ଅଧ୍ୟକ୍ଷ ରାଧାକୃଷ୍ଣ ନାୟକଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବେଲଗୁଣ୍ଠା ପଞ୍ଚାୟତ ସମିତି ପ୍ରାକ୍ତନ ଅଧ୍ୟକ୍ଷ ନୀଳମଣି ବିଷୋୟୀ ଯୋଗ ଦେଇ ଉତ୍ତମ ଶିକ୍ଷା ଏବଂ ମାନବ ସେବା ପ୍ରତ୍ଯେକ ଶିଶୁର ପ୍ରାଥମିକ କର୍ତ୍ତବ୍ୟ ହେବା ଉଚିତ୍ ବୋଲି ନିଜ ବକ୍ତବ୍ୟରେ ପ୍ରକାଶ କରିଥିଲେ I କାର୍ଯ୍ୟକ୍ରମରେ ସମ୍ମାନୀତ ଅତିଥି ଭାବେ ସ୍ଥାନୀୟ ସରପଞ୍ଚ ସୁରେନ୍ଦ୍ର କୁମାର ଡାକୁଆ, ପୂର୍ବତନ ବିଦ୍ୟାଳୟ ଅନୁପରିଦର୍ଶକ ସୁବଳ ଚନ୍ଦ୍ର ଭୂୟାଁ, ପୂର୍ବତନ ଗାଙ୍ଗପୁର ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ବାଳକୃଷ୍ଣ ସାବତ ଏବଂ ପୂର୍ବତନ କ୍ଷତ୍ରିୟବରପୁର ସିଆରସିସି ପ୍ରତାପ ଚନ୍ଦ୍ର ଶତପଥୀ ଯୋଗ ଦେଇ ପ୍ରାଥମିକ ଶିକ୍ଷା ପାଇଁ ଥିବା ବିଭିନ୍ନ ସରକାରୀ ବ୍ୟବସ୍ଥା ଉପରେ ଆଲୋଚନା କରିଥିଲେ I ଅନ୍ୟମାନଙ୍କ ମଧ୍ୟରେ ଗ୍ରାମ୍ୟ ପରିଚାଳନା କମିଟି ସଭାପତି ଶଂକର୍ଷଣ ବିଷୋୟୀ, ସ୍ଵେଚ୍ଛାସେବୀ ଶ୍ୟାମସୁନ୍ଦର ବିଷୋୟୀ, ରାମ ଗୌଡ, ପଞ୍ଚାନନ ପାଣିଗ୍ରାହୀ ଏବଂ ଆଇ. ଇ ଭଲ୍ୟୁଣ୍ଟର ନାରାୟଣ ସାହୁ ପ୍ରମୁଖ ଉପସ୍ଥିତ ଥିଲେ I ସମସ୍ତ କାର୍ଯ୍ୟକ୍ରମକୁ ଗାଙ୍ଗପୁର ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ କାର୍ତ୍ତିକେୟ ସେଠୀ ସଂଯୋଜନା କରିଥିବା ବେଳେ ପ୍ରଧାନ ଶିକ୍ଷୟିତ୍ରୀ ସୁଷମା ନନ୍ଦଙ୍କ ପ୍ରତ୍ୟେକ୍ଷ ତତ୍ତ୍ୱାବଧାନରେ ସହକାରୀ ଶିକ୍ଷୟିତ୍ରୀ ସସ୍ମିତା ରାଣୀ ଦାସ, ଅଳକା ମହାପାତ୍ର, ପିଙ୍କି ଦଳାଇ, ସ୍ମିତା ନାୟକ, ଦୀପା ପ୍ରଧାନ, ଶିକ୍ଷକ ସତ୍ୟନାରାୟଣ ପ୍ରଧାନ, ଶିବରାମ ମହାନ୍ତି, ପ୍ରକାଶ ଗୌଡ଼ଙ୍କ ସମେତ ବିଦ୍ୟାଳୟ ପରିଚାଳନା କମିଟିର ସଦସ୍ୟ ସଦସ୍ୟାମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ I ଏହି ଅବସରରେ ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀରେ ଅଧ୍ୟୟନ କରୁଥିବା 271 ଜଣ ଛାତ୍ରଛାତ୍ରୀଙ୍କୁ ଏକ ହଳ ପୋଷାକ, ଜୋତା ଏବଂ ଦୁଇ ହଳ ମୋଜା ପ୍ରଦାନ କରାଯାଇଥିଲା I କାର୍ଯ୍ୟକ୍ରମ ଶେଷରେ ଶିକ୍ଷକ ଶିବରାମ ମହାନ୍ତି ଧନ୍ୟବାଦ ଜ୍ଞାପନ କରିଥିଲେ I

ରିପୋର୍ଟ-ଶିବରାମ ଚୌଧୁରୀ