Wednesday, November 18, 2026
Home ଆଞ୍ଚଳିକ ପଜିଟିଭ୍ ଚିହ୍ନଟ ପରେ ସଂପୃକ୍ତ ଅଞ୍ଚଳ କଣ୍ଟେନମେଣ୍ଟ ଜୋନ ଘୋଷଣା

ପଜିଟିଭ୍ ଚିହ୍ନଟ ପରେ ସଂପୃକ୍ତ ଅଞ୍ଚଳ କଣ୍ଟେନମେଣ୍ଟ ଜୋନ ଘୋଷଣା

240

ବାଲିଗୁଡା୧୮/୪{ ସୁକାନ୍ତ କୁମାର ତ୍ରିପାଠୀ } : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଏନ୍‌ଏସିର ଟ୍ରେଜେରୀ କଲୋନୀ ଓ ପାତ୍ର ସାହି ପଜିଟିଭ୍‌ ଚିହ୍ନଟ ପରେ ସଂପୃକ୍ତ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍‌ ଭାବରେ ଘୋଷଣା କରିଛି ପ୍ରଶାସନ । ଏଥିସହିତ ସହରରେ ମାସ୍କ ଚେକିଂ ଓ ସାମାଜିକ ଦୂରତାକୁ କଡ଼ାକଡ଼ି କରାଯାଇଥିବା ସହ ଅମାନିଆଙ୍କ ନିକଟରୁ ଫାଇନ୍‌ ଆଦାୟ କରାଯାଉଥିବା ଦେଖିବାକୁ ମିଳିଛି । ଅନ୍ୟପଟେ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ବାଲିଗୁଡା ରେ ଗତକାଲି ରାତିରୁ ନାଇଟ୍‌ କର୍ଫ୍ୟୁ ଆରମ୍ଭ ହୋଇଛି | ବିଭିନ୍ନ ସ୍ଥାନରେ ଯାଞ୍ଚ ପ୍ରକ୍ରିୟାକୁ କଡ଼ାକଡ଼ି କରାଯାଇଛି । ଅନ୍ୟପଟେ ନାଇଟ କର୍ଫ୍ୟୁକୁ ସଫଳ କରିବାକୁ ରାତିସାରା ପଇଁତରା ମାରୁଛି ପୋଲିସ୍‌ ।