
ଭୁବନେଶ୍ୱର, ୦୫/୦୫/୨୧ (ଜିଲ୍ଲା ଖବର) : ଆଜିଠୁ ରାଜ୍ୟରେ ଆରମ୍ଭ ହେଲା ଲକଡାଉନ । ବଢୁଥିବା କୋରୋନା ସଂକ୍ରଣରେ ବ୍ରେକ୍ ଲଗାଇବାକୁ ରାଜ୍ୟ ସରକାର ମେ 5 ରୁ ମେ 19 ପର୍ଯ୍ୟନ୍ତ ଲକଡାଉନ ଘୋଷଣା କରିଛନ୍ତି । ସକାଳ 6 ରୁ ଦିନ 12 ଟା ମଧ୍ୟରେ 500 ମିଟର ଦୂରତାରେ ଲୋକେ ଚାଲି ଚାଲି ଯାଇ ପରିବା କିଣି ପାରିବେ । ପୂର୍ବପରି ଶନିବାର ଓ ରବିବାର ସଟଡାଉନ ବଳବତ୍ତର ରହିବ । ସ୍ୱାସ୍ଥ୍ୟସେବା ତଥା ଅନ୍ୟାନ୍ୟ ଜରୁରୀ ସେବା ପାଇଁ କୌଣସି କଟକଣା ନାହିଁ।
ଲକଡାଉନ ସମୟରେ କ’ଣ ବନ୍ଦ ରହିବ ଏବଂ କ’ଣ ଖୋଲା ରହିବ ନଜର ପକାନ୍ତୁ……
-ଲକଡାଉନ ସମୟରେ ଟିକାକରଣ ଜାରି ରହିବ।
– ଲୋକେ ନିଜର କୋଭିଡ ପରୀକ୍ଷା କରାଇପାରିବେ।
– ନିର୍ବାଚନୀ କାର୍ଯ୍ୟ ଉପରେ କୌଣସି କଟକଣା ରହିବ ନାହିଁ।
– ରାଜ୍ୟ ଭିତରେ ଓ ବାହାରେ ଅବାଧରେ ଚଳାଚଳ କରିବ ଆମ୍ବୁଲାନ୍ସ।
– ଜାରି ରହିବ ବ୍ୟାଙ୍କ ଓ ଏଟିଏମ ସେବା।
– ଲୋକେ ହୋଟେଲ ବା ରେସ୍ତୋରାଁରେ ବସି ଖାଇ ପାରିବେ ନାହିଁ। କେବଳ ପାର୍ସଲ ନେବାକୁ ଅନୁମତି ଦିଆଯିବ।
– ଲକଡାଉନ ଓ ସଟଡାଉନ ସମୟରେ ଅନଲାଇନ ଡେଲିଭରୀ ଓ ହୋମ ଡେଲିଭରୀକୁ ମିଳିବ ଅନୁମତି।
– ସମସ୍ତ ପ୍ରକାରର ଔଷଧ ଦୋକାନ ଖୋଲା ରହିବ।
– କ୍ଷୀର, ମାଛ, ମାଂସ ଓ ଅଣ୍ଡା ଦୋକାନ ଖୋଲା ରହିବ।
– ପରିବହନ ସେବା କଟକଣା ମୁକ୍ତ ହେବ।
– ହସ୍ପିଟାଲ, କ୍ଲିନିକ, ନର୍ସିଂହୋମ, ଟେଲି ମେଡିସିନ ସେବା ଜାରି ରହିବ।
– ଗ୍ୟାରେଜ ଓ ଗାଡ଼ି ମରାମତି ଦୋକାନ ଖୋଲା ରହିବ।
– ଘରଠୁ ୫୦୦ ମିଟର ଦୂରତା ଭିତରେ ସକାଳ ୬ରୁ ମଧ୍ୟାହ୍ନ ୧୨ଟା ଭିତରେ ସୋମବାରରୁ ଶୁକ୍ରବାର ଅତ୍ୟାବଶ୍ୟକ ସାମଗ୍ରୀ କିଣିପାରିବେ ଲୋକେ। ଶନିବାର ଓ ରହିବାର ଏହି ସେବା ଉପଲବ୍ଧ ହେବ ନାହିଁ।
– ଯାତ୍ରୀବାହୀ ବସ ଚଳାଚଳ ଉପରେ କଟକଣା।
– ଅଟୋ ରିକ୍ସା, ଟ୍ୟାକ୍ସି, କ୍ୟାବ ଚଳାଚଳ ଉପରେ କଟକଣା।
– ସମସ୍ତ ଶିକ୍ଷାନୁଷ୍ଠାନ ଓ କୋଚିଂ ସେଣ୍ଟର ବନ୍ଦ।
– ସିନେମା ହଲ୍, ମଲ୍, ଜିମ୍, ସୁଇମିଂ ପୁଲ, ପାର୍କ ଓ ବାର ବନ୍ଦ।
– ବିବାହ କାର୍ଯ୍ୟ ପାଇଁ ସର୍ବାଧିକ ୫୦ଜଣଙ୍କୁ ଓ ଅନ୍ତିମ ସଂସ୍କାର ପାଇଁ ସର୍ବାଧିକ ୨୦ଜଣଙ୍କୁ ଅନୁମତି।
– ସାପ୍ତାହିକ ଓ ଦୈନିକ ହାଟ ଚାଲିପାରିବ ନାହିଁ।
– ସାମାଜିକ, ଧାର୍ମିକ, ରାଜନୈତିକ ସମାବେଶ ଉପରେ କଟକଣା।
– ଯାତ୍ରା, ଅପେରା, ସ୍ପା, ସେଲୁନ, ବ୍ୟୁଟି ପାର୍ଲର ବନ୍ଦ ରହିବ।
– ମନ୍ଦିର ଭିତରକୁ ଭକ୍ତଙ୍କ ପ୍ରବେଶ ମନା।
– 30% କର୍ମଚାରୀରେ ଘରୋଇ କମ୍ପାନୀ ଚାଲିବ


