Monday, November 16, 2026
Home ଆଞ୍ଚଳିକ ରାଜ୍ୟରେ 10 ହଜାର ମୁହାଁ ପଜିଟିଭ ସଂଖ୍ଯା

ରାଜ୍ୟରେ 10 ହଜାର ମୁହାଁ ପଜିଟିଭ ସଂଖ୍ଯା

7

ଭୁବନେଶ୍ୱର, ୦୫/୦୫/୨୧ (ଜିଲ୍ଲା ଖବର) : ରାଜ୍ୟରେ କମୁନି କୋରୋନା ଗ୍ରାଫ । ଆଜି 9 ହଜାର 889 ନୂଆ ପିଜିଟିଭ ମାମଲା ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ 1331 ପଜିଟିଭ ମାମଲା ଚିହ୍ନଟ ହୋଇଛନ୍ତି । ସେହିପରି ସୁନ୍ଦରଗଡରୁ 1137 ଓ କଟକରୁ 790 ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ବରଗଡ଼ ଜିଲ୍ଲାରୁ ୪୮୩, ସମ୍ବଲପୁରରୁ ୪୭୦, ଅନୁଗୋଳରୁ ୪୪୩, କଳାହାଣ୍ଡିରୁ ୪୧୪, ପୁରୀରୁ ୪୩୬, ଝାରସୁଗୁଡ଼ାରୁ ୩୮୬, ନୂଆପଡ଼ାରୁ ୩୩୫, ବଲାଙ୍ଗିରରୁ ୩୨୬, ଯାଜପୁରରୁ ୨୮୨, ମୟୂରଭଞ୍ଜରୁ ୨୪୩ ଓ ନୟାଗଡ଼ ଜିଲ୍ଲାରୁ ୨୨୩ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି କେନ୍ଦୁଝର ଜିଲ୍ଲାରୁ ୧୯୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁବର୍ଣ୍ଣପୁରରୁ ୧୫୮, ଜଗତସିଂହପୁରରୁ ୧୫୬, ବାଲେଶ୍ୱରରୁ ୧୫୧, କେନ୍ଦ୍ରାପଡ଼ାରୁ ୧୩୩, ବୌଦ୍ଧ ଓ ରାୟଗଡ଼ାରୁ ୧୨୯ ଲେଖାଏଁ, ଗଜପତିରୁ ୧୧୭, କୋରାପୁଟରୁ ୯୪, ମାଲକାନଗିରିରୁ ୮୬, ଦେବଗଡ଼ରୁ ୭୫, କନ୍ଧମାଳ ଓ ଭଦ୍ରକରୁ ୫୨ ଲେଖାଏଁ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ରୁ ୨୪୯ ଜଣ ଚିହ୍ନଟ ହୋଇଛନ୍ତି।