Sunday, November 15, 2026
Home ଆଞ୍ଚଳିକ କରୋନା ପଜିଟିଭ ହେଲେ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ

କରୋନା ପଜିଟିଭ ହେଲେ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ

34

୦୬/୦୫/୨୧ (ଜିଲ୍ଲା ଖବର) : ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକଙ୍କୁ କରୋନା । କରୋନାରେ ସଂକ୍ରମିତ ହୋଇ ଭୁବନେଶ୍ବର ଏମ୍ସ ସ୍ଥିତ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ପ୍ରଦୀପ୍ତ ନାୟକ । ସୂଚନା ମୁତାବକ ବର୍ତ୍ତମାନ ପ୍ରଦୀପ୍ତ ନାୟକଙ୍କ ସ୍ବାସ୍ଥ୍ୟବସ୍ଥା ସ୍ଥିର ରହିଛି । ଏକ ସ୍ବତନ୍ତ୍ର ଡାକ୍ତରୀ ଦଳ ତାଙ୍କର ସ୍ବାସ୍ଥ୍ୟବସ୍ଥା ତଦାରଖ କରୁଛନ୍ତି । କୋଭିଡ ସଂକ୍ରମିତ ହୋଇ ସେ ଏପ୍ରିଲ ୨୦ ତାରିଖରେ ମେଡିକାଲରେ ଭର୍ତ୍ତି ହୋଇଥିବା ବେଳେ ୨୬ରେ କୋଭିଡ ଆଇସିୟୁକୁ ସ୍ଥାନାନ୍ତର ହୋଇଥିଲେ । ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ଅନେକ ବଡ଼ ବଡ଼ ନେତା ଓ ମନ୍ତ୍ରୀ।ବିଜେପରିର ରାଜ୍ୟସଭା ସାଂସଦ ରଘୁନାଥ ମହାପାତ୍ରଙ୍କୁ ମଧ୍ୟ କରୋନା ହୋଇଥିବା ଜଣାପଡିଛି।