Saturday, November 14, 2026
Home ଆଞ୍ଚଳିକ ରାଜ୍ୟରେ ଆହୁରି ୩ ଦିନ କାଳବୈଶାଖୀ!

ରାଜ୍ୟରେ ଆହୁରି ୩ ଦିନ କାଳବୈଶାଖୀ!

14

ଭୁବନେଶ୍ୱର, ୦୮/୦୫/୨୧ (ଜିଲ୍ଲା ଖବର) : ରାଜ୍ୟରେ କାଳବୈଶାଖୀ ଜନିତ ବର୍ଷା ଆସନ୍ତା ୩ ଦିନ ଧରି ଲାଗି ରହିବ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୫ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ । ପବନର ବେଗ ଖୁବ୍‌ ଅଧିକ ରହିବ। ବିଶେଷକରି କେନ୍ଦୁଝର, ମୟୂରଭଞ୍ଜ ଓ ଯାଜପୁର ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ କୁଆପଥର ବ‌ର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ୧୫ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଏହାସହ ସତର୍କ ରହିବାକୁ ତଥା ଆବଶ୍ୟକ ପ୍ରସ୍ତୁତି ସାରିବାକୁ ସ୍ବତନ୍ତ୍ର ରିଲିଫ କମିସନର୍‌ ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି। ୯ ତାରିଖ ଦିନ ୧୭ଟି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ତେଣୁ ୧୭ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। ସେହିପରି ୧୦ ତାରିଖ ଦିନ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ନବରଙ୍ଗପୁର, ଗଞ୍ଜାମ, କନ୍ଧମାଳ, ନୂଆପଡ଼ା, ମୟୂରଭଞ୍ଜ, ବାଲେଶ୍ବର, ଯାଜପୁର ଓ ଭଦ୍ରକ ଆଦି ଜିଲ୍ଲାରେ ଝଡ଼ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।