Thursday, November 12, 2026
Home ଆଞ୍ଚଳିକ ଆଜି ବି ରାଜ୍ୟର ଅନେକ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା

ଆଜି ବି ରାଜ୍ୟର ଅନେକ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା

6

ଭୁବନେଶ୍ୱର,୧୦/୦୫/୨୧ (ଜିଲ୍ଲା ଖବର) : ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି । ବଜ୍ରପାତ ଓ କାଳବୈଶାଖୀ ସମ୍ଭାବନା ଥିବାରୁ ୪ ଦିନ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେପଟେ ଦୁଇ ଦିନ ପରେ ପୁଣି ତାତି ବଢିବ । ରାଜ୍ୟରେ ବର୍ତ୍ତମାନ ଏକ ଟ୍ରଫ୍ ଲାଇନ ସକ୍ରିୟ ରହିଛି । ଏହା ସହ ଦକ୍ଷିଣ ପଶ୍ଚିମ ମଧ୍ୟପ୍ରଦେଶ ଏବଂ ଏହାର ଆଖପାଖ ଅଞ୍ଚଳରେ ଆଉ ଏକ ଟ୍ରଫ୍ ଲାଇନ ଝାଡଖଣ୍ଡ-ବିହାର ଦେଇ ସମୁଦ୍ର ପତ୍ତନ ଠାରୁ ଲମ୍ବିଛି । ଏହାର ପ୍ରଭାବରେ ଆଗାମୀ ୪ ଦିନ ଅର୍ଥାତ ୧୩ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ସହିତ ବଜ୍ରପାତ ଆଶଙ୍କା ଥିବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଅନ୍ୟପକ୍ଷରେ ୧୯ ଜିଲ୍ଲାରେ ବଜ୍ରପାତ ସହ ୩୦ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି । ସେହିପରି ଆସନ୍ତାକାଲି ଦକ୍ଷିଣ-ଉପକୂଳ-ଉତ୍ତର ଓଡିଶାର ୧୨ ଜିଲ୍ଲାକୁ କାଳବୈଶାଖୀ ଜନିତ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।