
ଭୁବନେଶ୍ୱର,୧୪/୦୫/୨୧ (ଜିଲ୍ଲା ଖବର) : ରାଜ୍ୟରେ ବେକାବୁ କରୋନା ମହାମାରୀ। ୨୪ ଘଣ୍ଟାରେ ୨୨ ଜଣଙ୍କ ଜୀବନ ନେଇଛି ମହାମାରୀ। ଫଳରେ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୨୭୩କୁ ବୃଦ୍ଧି ପାଇଛି । ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ୧୨୩୯୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୮୮୬୮୭ରେ ପହଞ୍ଚିଛି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୯୩୮ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୫୪୫୨ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରେ ୨୨୦୧, ସୁନ୍ଦରଗଡ ୮୮୨ ଓ କଟକରେ ୭୧୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ୫୬୨୧୪ ନମୂନା ପରୀକ୍ଷଣ ହୋଇଛି।


