Sunday, November 15, 2026
Home ଆଞ୍ଚଳିକ 19ଟି ପିଏସଏ ମେଡିକାଲ ଅକ୍ସିଜେନ ବ୍ୟବସ୍ଥା ପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଅନୁରୋଧ କଲେ କେନ୍ଦ୍ରମନ୍ତ୍ରୀ

19ଟି ପିଏସଏ ମେଡିକାଲ ଅକ୍ସିଜେନ ବ୍ୟବସ୍ଥା ପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଅନୁରୋଧ କଲେ କେନ୍ଦ୍ରମନ୍ତ୍ରୀ

12

ନୂଆଦିଲ୍ଲୀ/ଭୁବେନଶ୍ୱର,୧୫/୦୫/୨୧ (ଜିଲ୍ଲା ଖବର) :  ଓଡ଼ିଶାର ୧୫ଟି ଜିଲ୍ଲୋର ଅତିରିକ୍ତ ୧୯ଟି ପ୍ରେସର ସ୍ୱିଙ୍ଗ ଆଡ଼ଜପର୍ସନ (ପିଏସଏ) ମେଡ଼ିକାଲ ଅକ୍ସେିଜନ୍ ପ୍ଲାଂଟ୍‌ର ବ୍ୟବସ୍ଥା କରିବା ପାଇଁ ତରୁନ୍ତ ବ୍ୟକ୍ତିଗତ ହସ୍ତକ୍ଷେପ କରିବାକୁ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡା. ହଷର୍ବଦ୍ଧର୍ନଙ୍କୁ ପତ୍ର ଲେଖି ଅନେୁରାଧ କରିଛନ୍ତି କନ୍ଦ୍ରମନ୍ତ୍ରୀ ଧେମର୍ନ୍ଦ୍ର ପ୍ରଧାନ । ଓଡ଼ିଶୋର କେନ୍ଦ୍ର ସରକାରଙ୍କ ଦ୍ୱାରା ୨୧ଟି ପିଏସଏ ପ୍ଲାଂଟ ସ୍ଥାପନ ହେଉଥିବା ବେଳେ ଏଭଳି ଆହୁରି ୧୫ଟି ଜିଲ୍ଲାର ୧୯ ଟି ପିଏସଏ ପ୍ଲାଂଟ ସ୍ଥାପନା ପାଇଁ ଶ୍ରୀ ପ୍ରଧାନ ଅନେୁରାଧ କରିଛନ୍ତି । ଶ୍ରୀ ପ୍ରଧାନ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ ଭାରତ କୋଭିଡ-୧୯ର ଦ୍ୱିତୀୟ ଲହରୀ ସହ ଲେଢ଼ଇ କରୁଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାର ମୁକାବିଲା ପାଇଁ ବଳିଷ୍ଠ ପଦକ୍ଷେପ ନେବା ତଥା ରାଜ୍ୟ ଗୁଡ଼ିକୁ ଯଥା ସମ୍ଭବ ସହାୟତା ଯୋଗାଇ ଦେବାକୁ ଆହ୍ୱାନ କରିଛନ୍ତି ।

ସେହିପରି ଓଡ଼ିଶାର କୋଭିଡ୍ ପ୍ରସ୍ତୁତି ଓ ପରିଚାଳନା ପାଇଁ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଅନେକ ପଦେକ୍ଷପ ନିଆଯାଉଥିବାରୁ ଶ୍ରୀ ପ୍ରଧାନ କୃତଜ୍ଞତା ଜଣାଇଛନ୍ତି । ଶ୍ରୀ ପ୍ରଧାନ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ, ଗତ ମାସରେ ଜନସ୍ୱାସ୍ଥ୍ୟ ସୁବିଧା ପାଇଁ ପ୍ରଧାନମନ୍ତ୍ରୀ ସମଗ୍ର ଭାରତ ବର୍ଷରେ ପିଏମ କେୟାର୍ସ ଫଣ୍ଡରୁ ୫୫୧ ସମର୍ପିତ ପିଏସଏ ମେଡ଼ିକାଲ ଅକ୍ସେିଜନ ପ୍ରତିଷ୍ଠା ପାଇଁ ଜରୁରୀକାଳୀନ ମଞ୍ଜୁରୀ ଦେଇଥିଲେ । ପୂବର୍ରୁ ମଧ୍ୟ ଅତିରିକ୍ତ ୧୬୨ ପିଏସଏ ପ୍ଲା୍‌ଣ୍ଟ ସ୍ଥାପନା ପାଇଁ ଆବଣ୍ଟନ କରିଥିଲେ ।  ତନ୍ମଧ୍ୟରୁ ଓଡ଼ିଶାର ବିଭିନ୍ନ ଜିଲ୍ଲାର ମଧ୍ୟ ୨୧ ଟି ପିଏସଏ ପ୍ଲାଂଟ୍ ସ୍ଥାପନା ପାଇଁ ନିଷ୍ପତି ନିଆଯାଇଥିଲା । ଏଥିରୁ ଡ଼ିଆରଡ଼ିଓ ଦ୍ୱାରା ୭ଟି, ପେଟ୍ରାଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟ ଦ୍ୱାରା ୭ଟି ଏବଂ ଭାରତ ସରକାରଙ୍କ ପିଏମ କେୟାର୍ସ ଫଣ୍ଡରୁ ୭ ଟି ପିଏସଏ ପ୍ଲାଂଟ୍ ପ୍ରତିଷ୍ଠା ହେବା ପାଇଁ ନିଷ୍ପତି ନିଆଯାଇଥିଲା । ମାତ୍ର ଓଡ଼ିଶାର କୋଭିଡ୍‌-୧୯ର ଦ୍ୱିତୀୟ ଲହରର ବ୍ୟାପକତା କାରଣରୁ ରାଜ୍ୟର ଆହୁରି ଅଧିକ ଜିଲ୍ଲାକୁ ସହେଯାଗର ଆବଶ୍ୟକତା ରହିଛି ।

ଏହି ପରିପ୍ରେକ୍ଷୀର ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରସ୍ତାବିତ ଅତିରିକ୍ତ ୧୯ ପିଏସଏ ମେଡ଼ିକାଲ ଅକ୍ସେିଜନ ପ୍ଲାଂଟ୍ ବାଲେଶ୍ୱର, ବଲାଙ୍ଗିର, ଗଞ୍ଜାମ, ମୟୂରଭଞ୍ଜ ଜିଲ୍ଲାର ୨ଟି ଲେଖାଁଏ ଏବଂ କଟକ, ଦେବଗଡ଼, ଢ଼େଙ୍କାନାଳ, ଜଗତସିଂହପୁର, କେନ୍ଦ୍ରାପଡା, ଖୋର୍ଦ୍ଧା, କୋରାପୁଟ, ପୁରୀ, ରାୟଗଡ଼ା, ସମ୍ବଲପୁର ଏବଂ ସୋନପୁରରେ ଗୋଟିଏ ଗୋଟିଏ ଲେଖାଁଏ ଅକ୍ସିଜେନ୍ ପ୍ଲାଂଟ ସ୍ଥାପନା ପାଇଁ  ଅନୁରୋଧ କରିଛନ୍ତି । ଏହି ପ୍ଲାଂଟ ଗୁଡ଼ିକ ପ୍ରତିଷ୍ଠା ହେଲେ ଓଡ଼ିଶାର କୋଭିଡ୍‌-୧୯ ରୋଗୀଙ୍କ ଚିକିତ୍ସାର ସହାୟକ ହୋଇପାରିବ । ତଣୁ ଏହି ସଂକଟ ସମୟରେ ତୁରନ୍ତ ଏଭଳି ପଦେକ୍ଷପ ନେବା ପାଇଁ ଶ୍ରୀ ପ୍ରଧାନ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡା. ହଷର୍ବଦ୍ଧର୍ନଙ୍କ ହସ୍ତକ୍ଷେପ ଲୋଡ଼ିବାକୁ ଅନୁରାଧ କରିଛନ୍ତି । ଏହି ସମୟାପେଯାଗୀ ପଦେକ୍ଷପ ରାଜ୍ୟର ବିଭିନ୍ନ ସ୍ଥାନରେ ବାସ କରୁଥିବା ଲୋକଙ୍କ ଅମୂଲ୍ୟ ଜୀବନକୁ ରକ୍ଷା କରାଯାଇପାରିବ ବାଲି ଶ୍ରୀ ପ୍ରଧାନ କହିଛନ୍ତି ।