
ଜଟଣୀ,୧୫/୫(ଜିଲ୍ଲା ଖଵର) : ଆଜିର ଦିନକୁ କୃଷକ ଦିବସ ରୂପେ ପାଳନ କରାଯାଉଛି । କୃଷକମାନେ ଏହାକୁ ବଡ଼ ଶୁଦ୍ଧି ଓ ସିଦ୍ଧିର ଦିବସ ରୂପେ ପାଳନ କରିଥାନ୍ତି । ଏଣୁ ଆଜିର ଦିନରେ ଅକ୍ଷିମୁଠି ଅନୁକୂଳ କରି ଚାଷ କାର୍ଯ୍ୟର ଶୁଭାରମ୍ଭ କରାଯାଇଥାଏ । ସକାଳୁ ସକାଳୁ ଚାଷୀମାନେ ବିଲକୁ ଯାଇ ଅକ୍ଷିମୁଠି ଅନୁକୁଳ କରିଛନ୍ତି । ଏହାଛଡ଼ା ଅକ୍ଷୟ ତୃତୀୟାକୁ ଶୁଭଦିନ ଭାବେ ଗ୍ରହଣ କରାଯାଇ ଗୃହ ନିର୍ମାଣ, ନିର୍ବନ୍ଧ, ବିବାହ, ଉପନୟନ ପ୍ରଭୃତି ଶୁଭକର୍ମ ହୋଇଥାଏ । ଚାଷୀ ହଳଦୀ, ଚନ୍ଦନ, ସିନ୍ଦୂର ବୋଳା ଧାନ ବିହନପୂର୍ଣ୍ଣ ନୂଆ ଗଉଣିକୁ ଶଙ୍ଖ ହୁଳହୁଳି ମଧ୍ୟରେ ମୁଣ୍ଡରେ ଥୋଇ ଏବଂ ଅନ୍ୟ ଏକ ନୂଆ ଟୋକେଇରେ ପିଠା ନେଇ ହଳ ଲଙ୍ଗଳ ଧରି କ୍ଷେତକୁ ଯାଇଥାଏ। ସେଠାରେ ଲକ୍ଷ୍ମୀ ଠାକୁରାଣୀଙ୍କୁ ଭୋଗ ଦେଇ ହଳ ବୁଲାଇ ବିହନ ବୁଣିଥାଏ ଚାଷୀ ।
ରିପୋର୍ଟ, ସଞ୍ଜୀବ କୁମାର


