
ଭୁବନେଶ୍ୱର,୧୭/୦୫/୨୧ (ଜିଲ୍ଲା ଖବର) : ରାଜ୍ୟରେ ବଢ଼ୁଛି ସଂକ୍ରମଣ। ଯାଉଛି ଜୀବନ। ଯାହାକୁ ନେଇ ସମସ୍ତେ ଚିନ୍ତିତ। ତେବେ କେବଳ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁନି ସୁସ୍ଥ ସଂଖ୍ୟା ମଧ୍ୟ ବଢ଼ୁଛି । ଆଜି ରାଜ୍ୟରୁ ୧୨ ହଜାର ୭୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ସୂଚନା ରହିଛି। ଏନେଇ ଟ୍ୱିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ।
ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ସୁନ୍ଦରଗଡ଼ରୁ ସର୍ବାଧିକ ୨ ହଜାର ୭୨ ଜଣ ଅଛନ୍ତି । ସେହିପରି ଖୋର୍ଦ୍ଧାରୁ ୧୬୧୧ ଜଣ ଥିବା ବେଳେ, କଟକରୁ ୯୧୬, ଅନୁଗୁଳରୁ ୫୮୦, ସମ୍ବଲପୁରରୁ ୫୪୩, ବରଗଡ଼ରୁ ୪୬୨, ପୁରୀରୁ ୪୫୩, ବାଲେଶ୍ବରରୁ ୪୩୭, ବଲାଙ୍ଗିରରୁ ୪୩୫, ନବରଙ୍ଗପୁରରୁ ୪୨୯, ଝାରସୁଗୁଡ଼ାରୁ ୪୨୫, କଳାହାଣ୍ଡିରୁ ୪୦୧, ଭଦ୍ରକରୁ ୩୮୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହିଭଳି ଭାବରେ ରାଜ୍ୟର କେତେକ ଜିଲ୍ଲାରୁ ସୁସ୍ଥ ସଂଖ୍ୟା ଆସିଥିବା ଜଣାପଡ଼ିଛି।


