
ଖୋର୍ଦ୍ଧା,୧୮/୫(ଜିଲ୍ଲା ଖଵର) : ସରପଞ୍ଚଙ୍କୁ ମିଳଲା ଜିଲ୍ଲାପାଳ କ୍ଷମତା । କରୋନନା ମୁକାବିଲା ହୋଇଥିବା ସର୍ବଦଳୀୟ ବୈଠକ ପରେ ଏନେଇ ଆଜି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଲକ୍ଡାଉନ କାର୍ଯ୍ୟକାରୀ କରିବା ଏବଂ ଆବଶ୍ୟକତାକୁ ଦେଖି ଗାଁରେ TMC ଖୋଲିବା ବିଷୟ ନେଇ ସରପଞ୍ଚମାନେ ସେମାନଙ୍କର ଜିଲ୍ଲାପାଳ କ୍ଷମତା ପ୍ରୟୋଗ କରିପାରିବେ । ଗତବର୍ଷ ତୁଳନାରେ ଏ ବର୍ଷ ଅନ୍ୟ ରାଜ୍ୟକୁ ଫେରୁଥିବା ଲୋକଙ୍କ ସଂଖ୍ୟା କମ୍ ଥିଲେ ମଧ୍ୟ ସରକାର ଜୋନାଲ TMC ଆରମ୍ଭ କରି ସାରିଛନ୍ତି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । କୋଭିଡ ଯୋଗୁ ଅନେକ ପରିବାରର ଆତ୍ମୀୟ ସ୍ବଜନଙ୍କ ଅସମୟରେ ବିୟୋଗ ଘଟିଥିବାରୁ ମୁଖ୍ୟମନ୍ତ୍ରୀ ଗଭୀର ଉଦ୍ବେଗ ପ୍ରକାଶ କରିଛନ୍ତି । ଏଥିସହ ସେମାନଙ୍କ ପରିବାରର ଏହି ଦୁଃଖ ସମୟରେ ସରକାର ସେମାନଙ୍କ ସହିତ ରହିଛନ୍ତି ବୋଲି ସାହସ ଦେଇଛନ୍ତି ।
ଓଡ଼ିଶାରେ ଲୋକଙ୍କୁ ମାଗଣା ପରୀକ୍ଷା ଓ ରୋଗୀଙ୍କୁ ମାଗଣା ଚିକିତ୍ସା ସୁବିଧା ଯୋଗାଇ ଦିଆଯାଉଛି । ଘରୋଇ ଡାକ୍ତରଖାନା ମାନଙ୍କୁ ସାଥିରେ ନେଇ କୋଭିଡ ରୋଗୀଙ୍କୁ ଉତ୍ତମ ଚିକିତ୍ସା ଯୋଗାଇ ଦିଆଯାଉଛି । ଏହାଦ୍ବାରା ରୋଗୀ ଶୀଘ୍ର ଚିକିତ୍ସା ସେବା ପାଉଛନ୍ତି ଓ ସାରା ଦେଶରେ ଓଡିଶାର ମୃତ୍ୟୁ ହାର ସେଥିପାଇଁ କମ୍ ରହିଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।
ରିପୋର୍ଟ, ସଞ୍ଜୀବ କୁମାର ।


