Monday, November 16, 2026
Home ଆଞ୍ଚଳିକ କରୋନା ନେଲା ୨୨ ମୁଣ୍ଡ

କରୋନା ନେଲା ୨୨ ମୁଣ୍ଡ

7

ଭୁବନେଶ୍ୱର,୧୮/୦୫/୨୧ (ଜିଲ୍ଲା ଖବର) :  ସଂକ୍ରମଣ ବଢିବା ସହ ମୃତ୍ୟୁ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି।  ଗତ ୨୪ ଘଣ୍ଟାରେ  ୨୨ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୩୫୭ କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ବୌଦ୍ଧ, କଳାହାଣ୍ଡି, ଖୋର୍ଦ୍ଧା, ନୂଆପଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏଁ ରହିଥିବା ବେଳେ ଗଜପତି , କୋରାପୁଟ ଓ ରାୟଗଡ଼ା ଜିଲ୍ଲାରୁ ୨ ଜଣ ଲେଖାଏଁ ରହିଛନ୍ତି । ସେହିପରି ବଲାଙ୍ଗିର ଜିଲ୍ଲାରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେହିପରି ରାଜ୍ୟରେ ହୁ ହୁ ହୋଇ ବଢିବାରେ ଲାଗିଛି ମହାମାରୀ । ୧୦ ହଜାର ତଳକୁ ଖସୁନି ଦୈନିକ ସଂକ୍ରମଣ। ଗତ ୨୪  ଘଣ୍ଟା ମଧ୍ୟରେ ୧୦୩୨୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୩୩୩୦୨ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୭୭୯ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୪୫୪୨ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।