Monday, November 16, 2026
Home ଆଞ୍ଚଳିକ ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ, ବାତ୍ୟାର ରୂପ ନେବା ଆଶଙ୍କା

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ, ବାତ୍ୟାର ରୂପ ନେବା ଆଶଙ୍କା

31

ଭୁବନେଶ୍ଵର,୧୯/୦୫/୨୧ (ଜିଲ୍ଲା ଖବର) :  ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ। ମେ’ ୨୩ ତାରିଖ ବେଳକୁ ପୂର୍ବ ମଧ୍ୟ ବଙ୍ଗୋପସାଗରରେ ଏହି ଲଘୁଚାପ ସୃଷ୍ଟି ହେବାର ଅଛି। ତେବେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବାତ୍ୟାର ରୂପ ନେଲେ ଓଡ଼ିଶା ପ୍ରଭାବିତ ହେବାର ଆଶଙ୍କା ରହିଛି ।  ଏହା ବାତ୍ୟାର ରୂପ ନେବା ନେଇ ଏଯାଏଁ କୌଣସି ସ୍ପଷ୍ଟ ଆକଳନ କରାଯାଇପାରିନାହିଁ। ପୂର୍ବରୁ ମୌସୁମୀ ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ନିକଟବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଛୁଇଁବାର ଆଶଙ୍କା କରାଯାଉଛି। ତେବେ ଆସନ୍ତାକାଲି ବାତ୍ୟା ନେଇ ଚିତ୍ର ସ୍ପଷ୍ଟ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।