
ନୂଆଦିଲ୍ଲୀ, ୨୧/୦୫/୨୧ (ଜିଲ୍ଲା ଖବର) : ଉତ୍ତରପ୍ରଦେଶର କୋରୋନା ସ୍ଥିତି ସମୀକ୍ଷା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆଜି ପ୍ରଧାନମନ୍ତ୍ରୀ ଉତ୍ତରପ୍ରଦେଶର ସ୍ବାସ୍ଥ୍ୟ କର୍ମଚାରୀଙ୍କ ସହ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଯୋଗାଯୋଗ କରିବେ । ବିଶେଷ କରି ବାରାଣାସୀର ଡାକ୍ତର, ପାରାମେଡିକାଲ୍ କର୍ମଚାରୀ ଏବଂ ଅନ୍ୟ ଫ୍ରଣ୍ଟଲାଇନ ସ୍ବାସ୍ଥ୍ୟ କର୍ମଚାରୀଙ୍କ ସହ କୋଭିଡ ମୁକାବିଲା ପ୍ରସ୍ତୁତି ନେଇ ପ୍ରଧାନମନ୍ତ୍ରୀ କରିବେ ଆଲୋଚନା ।
ପୂର୍ବରୁ ମଧ୍ୟ ଅନେକ ଥର ବାରାଣାସୀର କୋରୋନା ସ୍ଥିତି ନେଇ ପ୍ରଧାନମନ୍ତ୍ରୀ ଆଲୋଚନା କରିଛନ୍ତି। ବର୍ତ୍ତମାନ ଉତ୍ତରପ୍ରଦେଶରେ କୋରୋନା ଗ୍ରାଫ ତଳମୂହାଁ ହେଉଥିବା ବେଳେ ପ୍ରଧାନମନ୍ତ୍ରୀଙ୍କ ଏହି ସମୀକ୍ଷା ବୈଠକ ସ୍ବାସ୍ଥ୍ୟକର୍ମୀଙ୍କ ମନୋବଳ ବୃଦ୍ଧି କରିବ ବୋଲି ଆଶା ରହିଛି।



