Wednesday, November 11, 2026
Home ଆଞ୍ଚଳିକ ‘ୟାଶ୍‌’କୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ

‘ୟାଶ୍‌’କୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ

13

ଭୁବନେଶ୍ୱର,୨୨/୦୫/୨୧ (ଜିଲ୍ଲା ଖବର) : ସମ୍ଭାବ୍ୟ ବାତ୍ୟା ୟାଶକୁ ନେଇ ଓଡିଶା ସରକାର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ସମ୍ଭାବ୍ୟ ବାତ୍ୟାର ମୁକାବିଲା ନେଇ ଆଜି ମୁଖ୍ୟମନ୍ତ୍ରୀ ସମୀକ୍ଷା କରିବେ । ଅପରାହ୍ନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହି ସମୀକ୍ଷା ବୈଠକ ବସିବ । ଏଥିରେ ମୁଖ୍ୟ ଶାସନ ସଚିବଙ୍କ ସମେତ ସ୍ବତନ୍ତ୍ର ରିଲିଫ କମିଶନର ଓ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ ଯୋଗଦେବେ । ଏହା ପୂର୍ବରୁ ବାତ୍ୟା ଆଶ୍ରୟସ୍ଥଳୀ ଗୁଡିକ ଅନୁଧ୍ୟାନ କରିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ମାଇକ ଯୋଗେ ଲୋକଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ ସଚେତନ କରାଯାଉଛି ।