Monday, November 16, 2026
Home ଆଞ୍ଚଳିକ ମାଡିଆସୁଛି ବାତ୍ୟା ୟଶ୍‌, ପାରାଦୀପ ଓ ସାଗର ଦ୍ୱୀପ ମଧ୍ୟରେ ଲ୍ୟାଣ୍ଡଫଲ କରିବ ବାତ୍ୟା

ମାଡିଆସୁଛି ବାତ୍ୟା ୟଶ୍‌, ପାରାଦୀପ ଓ ସାଗର ଦ୍ୱୀପ ମଧ୍ୟରେ ଲ୍ୟାଣ୍ଡଫଲ କରିବ ବାତ୍ୟା

7

ଭୁବନେଶ୍ୱର,୨୪/୦୫/୨୧ (ଜିଲ୍ଲା ଖବର) : ପାରାଦୀପ ଓ ସାଗର ଦ୍ୱୀପ ମଧ୍ୟରେ ଲ୍ୟାଣ୍ଡଫଲ କରିବ ବାତ୍ୟା ୟଶ୍ । ବଙ୍ଗୋପସାଗରେ ସୃଷ୍ଟ ଲଘୁଚାପ ଅବପାତରେ ପରିଣତ ହୋଇସାରିଛି । ଆଜି ବାତ୍ୟାର ରୂପ ନେବ । ୨୬ ତାରିଖ ସଂଧ୍ୟା ସୁଦ୍ଧା ସ୍ଥଳ ଭାଗ ଛୁଇଁବ । ଲ୍ୟାଣ୍ଡଫଲ ବେଳକୁ ଘଣ୍ଟାପ୍ରତି ପବନର ବେଗ ୧୮୫ କିମି ରହିପାରେ । ‍ରାଜ୍ୟର ୮ ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ସୂଚନା ଦେଇଛି ପାଣିପାଗ କେନ୍ଦ୍ର ।

ବାତ୍ୟାର ପ୍ରଭାବ ଜଗତସିଂହପୁର, କେନ୍ଦ୍ରାପଡ଼ା ଭଦ୍ରକ ଓ ବାଲେଶ୍ବରରେ ବେଶି ପଡ଼ିବ । ଭୁବନେଶ୍ବରରେ ମଧ୍ୟ ପ୍ରଭାବ ଦେଖିବାକୁ ମିଳିବ । ଆସନ୍ତାକାଲି ଠାରୁ ଆରମ୍ଭ ହୋଇଯିବ ବର୍ଷା । ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ସେହିପରି ୨୬ ତାରିଖରେ ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ମୟୂରଭଞ୍ଜ, ଜଗତସିଂହପୁର, କଟକ, ଯାଜପୁର ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର ।

ସେପଟେ ବାତ୍ୟାର ମୁକାବିଲା ପାଇଁ ଏନଡିଆରଏଫ, ଓଡ୍ରାଫ ଓ ଅଗ୍ନିଶମ ବାହିନୀ ପ୍ରସ୍ତୁତ ହୋଇ ରହିଛି। ଆଧୁନିକ ଯନ୍ତ୍ରପାତି ସହ ପ୍ରଭାବିତ ଜିଲ୍ଲାକୁ ଅଦ୍ୟାବଧି ୨୨ଟି ଏନଡିଆରଏଫ ଟିମ୍ ପଠାଯାଇଥିବା ଜଣାପଡ଼ିଛି।