
ଭୁବନେଶ୍ୱର, ୨୬/୦୫/୨୧ (ଜିଲ୍ଲା ଖବର) : ରାଜ୍ୟରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି । ହୁ ହୁ ହୋଇ ବଡ଼ୁଛି ସଂକ୍ରମଣ। ଆଜି ରାଜ୍ୟରୁ ୧୧, ୬୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୬୫୦୯ ଜଣ କ୍ୱାରେଣ୍ଟାଇନ କେନ୍ଦ୍ରରୁ ହୋଇଥିବାବେଳେ ୫୧୧୪ ଜଣ ସ୍ଥାନୀୟ ଅଞ୍ଚଳର ।
ଏଥିସହ ରାଜ୍ୟର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୨୬୦୦୩ ରେ ପହଞ୍ଚିଛି । ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୨୦୨୧ ଜଣ ରହିଥିବା ଜଣାପଡ଼ିଛି ।


