Sunday, November 15, 2026
Home ଆଞ୍ଚଳିକ ବରିଷ୍ଠ ସାମ୍ବାଦିକ ବସନ୍ତ ଦାସଙ୍କ ବିୟୋଗ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବରିଷ୍ଠ ସାମ୍ବାଦିକ ବସନ୍ତ ଦାସଙ୍କ ବିୟୋଗ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

7

ଭୁବନେଶ୍ୱର, ୨୯/୦୫/୨୧ (ଜିଲ୍ଲା ଖବର) : ପୁଣି କରୋନାରେ ଜୀବନ ହାରିଲେ ଆଉ ଜଣେ ସାମ୍ବାଦିକ ତଥା ଲେଖକ ବସନ୍ତ ଦାସ । 81 ବର୍ଷ ବୟସରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି । ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏନେି ମୁଖ୍ୟମନ୍ତ୍ରୀ ଟ୍ୱିଟ କରି କହିଛନ୍ତି ଯେ, ସ୍ଵର୍ଗତ ଦାସ ଜଣେ ସ୍ତମ୍ଭକାର ତଥା ରାଜନୈତିକ ବିଶ୍ଳେଷକ ଭାବରେ ସୁନାମ କରିଥିଲେ  । ତାଙ୍କର ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ ପରିବାରକୁ ସମବେଦନା ଜଣାଉଛି ।

ଅଦ୍ଧଶତାବ୍ଦୀ ରୁ ଅଧିକ ସମୟ ଧରି ସେ ସାମ୍ବାଦିକତା ବୃତ୍ତିରେ ସକ୍ରିୟ ରହିଥିଲେ  । ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ରରେ ତାଙ୍କର ଅବଦାନ ପାଇଁ ସେ ସ୍ମରଣୀୟ ରହିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ସେହିପରି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ମଧ୍ୟ ବରିଷ୍ଠ ସାମ୍ବାଦିକଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି । ଏନେଇ ସେ ଶୋକବାର୍ତ୍ତାରେ  କହିଛନ୍ତି ଯେ, ବରିଷ୍ଠ ସାମ୍ବାଦିକ ବସନ୍ତ ଦାସଙ୍କ କୋଭିଡ ଜନିତ ମୃତ୍ୟୁରେ ମୁଁ ଗଭୀର ମର୍ମାହତ । ରାଜ୍ୟର ସାମ୍ବାଦିକତା କ୍ଷେତର୍ରେ ସେ ଥିଲେ ଏକ ସୁପରିଚିତ ସମ୍ବୋଧନ । ତାଙ୍କ ଭଳି ନିର୍ଭୀକ, ସତ୍ୟାନ୍ୱେସୀ ସାମ୍ବାଦିକ ରାଜନୈତିକ ସମୀକ୍ଷକ ସାରା ରାଜ୍ୟରେ ବିରଳ । 

ବହୁ ଯୁବ ସାମ୍ବାଦିକଙ୍କ ପାଇଁ ସେ ଥିଲେ ପ୍ରେରଣାର ଉତ୍ସ । ସାମ୍ବାଦିକତା ସହ ସାହିତ୍ୟ ସାଧନାର ଦୀର୍ଘ ପଥ ସେ ଅତିକ୍ରମ କରିଥିଲେ । ତାଙ୍କର ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ ପରିବାରକୁ ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରୁଛି ।