
ଭୁବନେଶ୍ୱର,୩୦/୦୫/୨୧ (ଜିଲ୍ଲା ଖବର) : ରାଜ୍ୟରେ ପୁଣି ୧୦ ହଜାର ମୁହାଁ କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ୯ହଜାର ୫୪୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୫ହଜାର ୩୪୩ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୪ହଜାର ୧୯୮ । ବିଭିନ୍ନ ଜିଲ୍ଲାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଛି । ଖୋର୍ଦ୍ଧାରୁ ସର୍ବାଧିକ ୧୨୩ଶହ ୪୨ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । କଟକରୁ ୭୧୬, ମୟୂରଭଞ୍ଜରୁ ୬୯୫, ସୁନ୍ଦରଗଡ଼ରୁ ୫୯୫ ନୂଆ ଆକ୍ରାନ୍ତ ବାହାରିଛନ୍ତି ।


