
୩୦/୦୫/୨୧ (ଜିଲ୍ଲା ଖବର) : ମହାରଥୀ ପରିବାରକୁ ଆଉ ଏକ ଦୁଃଖର ବାଦଲ । ଦିଂବଗତ ବିଜେଡି ନେତା ପ୍ରଦୀପ ମହାରଥୀଙ୍କ ଭାଇ ପ୍ରଣୟ ମହାରଥୀଙ୍କର କରୋନାରେ ଦେହାନ୍ତ ହୋଇଛି । ଭୁବନେଶ୍ୱର ସ୍ଥିତ ଏକ ଘରୋଇ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଯାଇଛି । ୬୪ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ସେ ମୃତ୍ୟୁବରଣ କରିଛନ୍ତି । ଏନେଇ ତାଙ୍କ ପୁଅ ଶାକ୍ୟ ପ୍ରତାପ ସୂଚନା ଦେଇଛନ୍ତି ।
ସୂଚନାନୁସାରେ, ପ୍ରଣୟ କିଛି ଦିନ ତଳେ କରୋନାରେ ଆକ୍ରାନ୍ତ ହୋଇ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ମେଡିକାଲରେ ଚିକିତ୍ସାଧୀନ ରହିଥିଲେ । ରବିବାର ଦିନ ସକାଳୁ ତାଙ୍କର ମୃତ୍ୟୁ ହୋଇଯାଇଛି ।


