
ଭୁବନେଶ୍ୱର,୩୧/୦୫/୨୧ (ଜିଲ୍ଲା ଖବର) : ରାଜ୍ୟରେ ଆଜି କରୋନା ନେଇଛି ୩୫ ଜଣଙ୍କ ମୁଣ୍ଡ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୭୫୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଦିନକୁ ଦିନ ରାଜ୍ୟରେ କରୋନା ସଂକ୍ରମଣ ମାମଲା କମୁଥିବାବେଳେ ମୃତ୍ୟୁ ସଂଖ୍ୟାରେ ବ୍ରେକ ଲାଗୁନି। ଯାହାକୁ ନେଇ ରାଜ୍ୟବାସୀ ଚିନ୍ତିତ ଥିବା ସୂଚନା ରହିଛି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୭୬୪୯୯୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୧୬୬୩ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୬୭୦୫୨୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାସହ ବର୍ତ୍ତମାନ ପର୍ୟ୍ୟନ୍ତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୭୫୪କୁ ବୃଦ୍ଧି ପାଇଥିବା ବେଳେ ୫୩ଜଣଙ୍କର ଅଣ କୋଭିଡ଼ ଯୋଗୁଁ ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୧୭୭୩୦୭୨ସାମ୍ପୁଲ ଟେଷ୍ଟ୍ ହୋଇଛି ।


